ଆଜିି ଉତ୍କଳ ଦିବସ ! ୮୪ ବର୍ଷରେ ପାଦ ଦେଲା ଓଡିଶା

827

କନକ ବ୍ୟୁରୋ : ୧୯୩୬ ଏପ୍ରିଲ ୧ ତାରିଖ, ଓଡିଶା ଇତିହାସରେ ଏକ ଅବିସ୍ମରଣୀୟ ଦିବସ । ସ୍ୱତନ୍ତ୍ର ଉତ୍କଳ ପ୍ରଦେଶ ଗଠନକୁ ଆଜି ପୁରିଛି ୮୩ ବର୍ଷ । ତେବେ ଭାଷା ଭିତରେ ସ୍ୱତନ୍ତ୍ର ପ୍ରଦେଶର ମାନ୍ୟତା ପାଇଥିବା ଭାରତର ପ୍ରଥମ ରାଜ୍ୟ ହେଉଛି ଓଡିଶା । ତାଆଗରୁ ଆଧୁନିକ ଭାରତରେ ଓଡ଼ିଆଙ୍କ ସ୍ୱତନ୍ତ୍ର ପରିଚୟ ନ ଥିଲା କହିଲେ ଚଳେ । ବିକ୍ଷିପ୍ତ ଭାବେ ରହିଥିଲା ଓଡ଼ିଆ ଭାଷାଭାଷୀ ଅଞ୍ଚଳ । କହିବାକୁ ଗଲେ ଖଣ୍ଡ ବିଖଣ୍ଡିତ ହୋଇ ପଡ଼ିଥିଲା ଉତ୍କଳ ।

ଆଜିି ଓଡିଶା ତଥା ଓଡିଆଙ୍କ ପାଇଁ ଗର୍ବ ଓ ଗୌରବର ଦିନ । ବହୁ ଘାତ-ପ୍ରତିଘାତ ମଧ୍ୟରେ ଏହି ଦିନ ସ୍ୱତନ୍ତ୍ର ପ୍ରଦେଶ ଗଠନ ହୋଇଥିଲା । ଏହା ଥିଲା ଊନବିଂଶ ଶତାଦ୍ଦୀର ଶେଷ ଭାଗରୁ ଆରମ୍ଭ ହୋଇଥିବା ଓଡିଶାର ନବଜାଗରଣ ପର୍ବର ଚୂଡାନ୍ତ ଫଳଶ୍ରୁତି । ଯେଉଁ ମାନଙ୍କର ସାଧନା-ସଂକଳ୍ପ-ସଂଗ୍ରାମ ଯୋଗୁଁ ଓଡିଆ ଜାତି, ଭାଷା, ସାହିତ୍ୟ, ସଂସ୍କୃତି, ଐତିହ୍ୟ, ପରମ୍ପରା ଆଜି ସୁସଂଗଠିତ ।

ସେମାନଙ୍କ ମଧ୍ୟରେ ଉତ୍କଳ ଗୌରବ ମଧୁସୂଦନ, ଉତ୍କଳମଣି ଗୋପବନ୍ଧୁ, ମହାରାଜା ଶ୍ରୀରାମଚନ୍ଦ୍ର ଭଞ୍ଜଦେଓ, ମହାରାଜା କୃଷ୍ଣଚନ୍ଦ୍ର ଗଜପତି , ବ୍ୟାସକବି ଫକୀରମୋହନ, ସ୍ୱଭାବକବି ଗଙ୍ଗାଧର,କବିବର ରାଧାନାଥ, କର୍ମବୀର ଗୌରୀଶଙ୍କର, ପଣ୍ଡିତ ନୀଳକଣ୍ଠ, ହରିହର ମର୍ଦରାଜ, ବାମଣ୍ଡା ରାଜା ସାର୍ ବାସୁଦେବ ସୁଢଳ ଦେବ ପ୍ରମୁଖ ଅଗ୍ରପୂଜ୍ୟ ।