ଟନେଲରେ ଫିସିଥିବା ଓଡ଼ିଆ ଶ୍ରମିକଙ୍କ ପରିବାରକୁ ଭେଟିଲେ ଫାଇଭ୍-ଟି ଅଧ୍ୟକ୍ଷ ଭି.କେ ପାଣ୍ଡିଆନ୍ । ଉଦ୍ଧାର ନେଇ ପରିବାର ଲୋକଙ୍କୁ ଦେଲେ ସାନ୍ତ୍ୱନା ।

177

କନକ ବ୍ୟୁରୋ: ଉତ୍ତରକାଶୀ ଟନେଲରେ ଫିସିଥିବା ଓଡ଼ିଆ ଶ୍ରମିକଙ୍କ ପରିବାରକୁ ଭେଟିଛନ୍ତି ଫାଇଭ୍-ଟି ତଥା ନବୀନ ଓଡ଼ିଶା ଅଧ୍ୟକ୍ଷ ଭି.କେ ପାଣ୍ଡିଆନ୍ । ନବୀନ ନିବାସରେ ଶ୍ରମିକଙ୍କ ପରିବାର ଲୋକଙ୍କୁ ଭେଟି ଆଲୋଚନା କରିଛନ୍ତି । ରାଜ୍ୟ ସରକାରଙ୍କ ପକ୍ଷରୁ ଓଡ଼ିଆ ଶ୍ରମିକଙ୍କ ସୁରକ୍ଷା ପାଇଁ ନିଆଯାଇଥିବା ବିଭିନ୍ନ ପଦକ୍ଷେପ ସଂପର୍କରେ ଅବଗତ କରାଯାଇଛି । ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶରେ ଶ୍ରମିକଙ୍କ ପରିବାର ସଦସ୍ୟଙ୍କୁ ଉତ୍ତରକାଶୀ ନେବାର ବ୍ୟବସ୍ଥା ହୋଇଛି । ଉତ୍ତରକାଶୀ ଟନେଲରେ ଫସି ରହିଥିବା ୪୧ ଶ୍ରମିକଙ୍କ ମଧ୍ୟରୁ ଓଡ଼ିଶାର ୫ ଜଣ ଶ୍ରମିକ ରହିଛନ୍ତି । ରାଜ୍ୟ ସରକାରଙ୍କ ଅଫିସର ଓ ସ୍ୱତନ୍ତ୍ର ଟିମ୍ ଘଟଣାସ୍ଥଳକୁ ଯାଇଛନ୍ତି । ଏମାନେ ଉଦ୍ଧାରକାରୀ ଦଳ ସହିତ ନିୟମିତ ଯୋଗାଯୋଗରେ ରହିଛନ୍ତି ।