ମୁଖ୍ୟମନ୍ତ୍ରୀଙ୍କ ବ୍ୟକ୍ତିଗତ ସଚିବଙ୍କୁ ମିଳିଲା FIHର ସମ୍ମାନଜନକ ପ୍ରେସିଡେଣ୍ଟସ ଆୱାର୍ଡ । ରାଜ୍ୟରେ ହକିର ବିକାଶରେ ଥିବା ଅବଦାନ ପାଇଁ ସମ୍ମାନିତ ହେଲେ ଭି.କେ ପାଣ୍ଡିଆନ ।

448

କନକ ବ୍ୟୁରୋ : ରାଜ୍ୟରେ ହକିର ବିକାଶ ତଥା ଏହାକୁ ଆଗକୁ ବଢାଇବା ପାଇଁ ଯେଉଁ ଯୋଗଦାନ ମୁଖ୍ୟମନ୍ତ୍ରୀଙ୍କ ବ୍ୟକ୍ତିଗତ ସଚିବ ତଥା ୫-ଟି ସଚିବଙ୍କର ରହିଛି ସେଥିପାଇଁ ତାଙ୍କୁ ଅନ୍ତର୍ଜାତୀୟ ହକି ଫେଡେରେସନ ସମ୍ମାନଜନକ ପ୍ରେସିଡେଣ୍ଟସ ସମ୍ମାନରେ ସମ୍ମାନିତ କରିଛି । ଭର୍ଚୁଆଲରେ ଆୟୋଜନ ହୋଇଥିବା ଏକ ସ୍ୱତନ୍ତ୍ର କାର୍ଯ୍ୟକ୍ରମରେ ଭି. କେ ପାଣ୍ଡିଆନଙ୍କୁ ଏହି ସମ୍ମାନ ପ୍ରଦାନ କରାଯାଇଛି ।

ରାଜ୍ୟରେ ହକିର ପ୍ରଚାର ପ୍ରସାର ପାଇଁ ସରକାରୀ ସ୍ତରରେ ଯଥେଷ୍ଟ ଉଦ୍ୟମ କରାଯାଇଛି । ଭାରତୀୟ ହକି ଦଳର ପ୍ରୟୋଜକ ଭାବେ ଓଡିଶା ଥିବା ବେଳେ, ୨୦୨୩ରେ ହକି ବିଶ୍ୱକପ ପାଇଁ ଓଡିଶା ପ୍ରସ୍ତୁତି କରୁଛି । ସେହିଭଳି ରାଉରକେଲାରେ ଏକ ବିଶ୍ୱସ୍ତରୀୟ ହକି ଷ୍ଟାଡିୟମ ପାଇଁ ମଧ୍ୟ ସରକାର କାର୍ଯ୍ୟ ଆରମ୍ଭ କରିସାରିଛନ୍ତି । ୨୦୧୪ରେ କଳିଙ୍ଗ ଷ୍ଟାଡିୟମରେ  ହକି ଚାମ୍ପିୟନସ ଟ୍ରଫି, ୨୦୧୭ରେ ହକି ୱାର୍ଲଡ ଲିଗର ଆୟୋଜନ କରି ହକି ଦୁନିଆରେ ନିଜର ଏକ ସ୍ୱତନ୍ତ୍ର ଛାପ ଛାଡିଛି ଓଡିଶା । ଆଉ ଏସବୁ ପଛରେ ୫-ଟି ସଚିବଙ୍କ ଏକ ବଡ ଭୂମିକା ଥିବା ଚର୍ଚ୍ଚା ହେଉଥିଲା । ପାଣ୍ଡିଆନଙ୍କୁ ଏହି ପୁରସ୍କାର ମିଳିବା ପରେ ହକି ଇଣ୍ଡିଆ, ପାଣ୍ଡିଆନଙ୍କୁ ଅଭିନନ୍ଦନ ଜଣାଇ କହିଛି, ଏହି ସମ୍ମାନଜନକ ଆୱାର୍ଡ ପାଇବା ପାଇଁ ସେ ଯୋଗ୍ୟ ।