ଦେଶବାସୀଙ୍କୁ ମିଳିବ ମାଗଣା ଟୀକା । ପ୍ରଧାନମନ୍ତ୍ରୀ ମୋଦିଙ୍କ ବଡ ଘୋଷଣା… ଟୀକା ନେଇ ରାଜ୍ୟକୁ କରିବାକୁ ପଡିବନି କୌଣସି ଖର୍ଚ୍ଚ ।

272

କନକ ବ୍ୟୁରୋ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ବଡ ଘୋଷଣା । ସମସ୍ତ ଦେଶବାସୀଙ୍କୁ ମାଗଣାରେ କରୋନା ଟିକା ଦେବାକୁ ମୋଦୀ ଆଜି ଘୋଷଣା କରିଛନ୍ତି । ୧୮ ବର୍ଷରୁ ଅଧିକ ସମସ୍ତଙ୍କୁ ମାଗଣାରେ ଟିକା ଯୋଗାଇଦେବା ସହ ଜୁନ ୨୧ ତାରିଖ ସୋମବାର ଠାରୁ ସମସ୍ତଙ୍କୁ ଏହି ଟିକା ଦିଆଯିବ ବୋଲି ମୋଦୀ ଘୋଷଣା କରିଛନ୍ତି । ସମସ୍ତ ରାଜ୍ୟ ସରକାରଙ୍କୁ ମାଗଣାରେ ଟିକା କେନ୍ଦ୍ର ଯୋଗାଇବ । ଟିକା ପାଇଁ କୌଣସି ରାଜ୍ୟ ସରକାରଙ୍କୁ କିଛି ବି ଟଙ୍କା ଖର୍ଚ୍ଚ କରିବାକୁ ପଡିବ ନାହିଁ । ଉତ୍ପାଦିତ ଟୀକାର ୭୫ ପ୍ରତିଶତ ରାଜ୍ୟମାନଙ୍କୁ କେନ୍ଦ୍ର ଯୋଗାଇବ ।

ଯେଉଁ ଲୋକମାନେ ଚାହିଁବେ ଟଙ୍କା ଦେଇ ଟିକା ନେଇପାରିବେ । ଟଙ୍କା ଦେଇ ଘରୋଇ ହସପିଟାଲରୁ ଲୋକ ଟିକା ନେଇପାରିବେ । ଘରୋଇ ହସ୍ପିଟାଲ ସର୍ବାଧିକ ୧୫୦ ଟଙ୍କା ହିଁ ସର୍ଭିସ ଚାର୍ଜ ନେଇପାରିବେ । ଘରୋଇ ହସ୍ପିଟାଲର ଟିକାକରଣ ଉପରେ ରାଜ୍ୟ ନଜର ରଖିବ । ମୋଦୀ କହିଛନ୍ତି ଯେ ପୂର୍ବରୁ କେନ୍ଦ୍ର ଦେଉଥିବା ଟୀକାର ୨୫ ପ୍ରତିଶତ ରାଜ୍ୟ ନିଜ ଆବଶ୍ୟକତା ଅନୁସାରେ ଟିକାକରଣ କରୁଥିଲା । ଏବେ କେନ୍ଦ୍ର ସବୁ ଟିକାର ଦାୟିତ୍ୱ ନେଲା । ମୋଦୀ କହିଛନ୍ତି ଯେ ୨ୟ ଲହରରେ ଆମେ ଆମର ସମ୍ପର୍କୀୟଙ୍କୁ ହରାଇଛୁ । ଯେଉଁମାନେ ନିଜ ପରିବାର ପ୍ରିୟଜନଙ୍କୁ ହରାଇଛନ୍ତି ମୁଁ ସେମାନଙ୍କ ସହ ଅଛି । ବିଗତ ଶହେ ବର୍ଷରେ ଏହା ସବୁଠାରୁ ବଡ ମହାମାରୀ ।