ସଂକ୍ରମଣକୁ ଦୃଷ୍ଟିରେ ରଖି ଶୁକ୍ରହାଟକୁ ୨୧ ଦିନ ବନ୍ଦ ପାଇଁ ପ୍ରଶାସନର ନିଷ୍ପତ୍ତି : ପ୍ରତିବାଦରେ ରାସ୍ତା ଉପରେ ପରିବା ଢାଳି ବ୍ୟବସାୟୀଙ୍କ ବିକ୍ଷୋଭ

476

କନକ ବ୍ୟୁରୋ : କଟକଣା ଯୋଗୁଁ ପରିବା ବିକ୍ରି କରିନପାରି ରାସ୍ତାରେ ଢ଼ାଳି  ପରିବା ବିକାଳୀ ପ୍ରତିବାଦ । ଝାରସୁଗୁଡ଼ା ସହରରେ ଥିବା ଏକ ମାତ୍ର ବଜାରକୁ ପ୍ରଶାସନ ପକ୍ଷରୁ କରୋନା କଟକଣା ଯୋଗୁଁ ବନ୍ଦ କରିଦିଆଯାଇଛି । ଫଳରେ ଏହି ବଜାର ଉପରେ ନିର୍ଭର କରୁଥିବା ଚାଷୀ ଏବଂ ପରିବା ବ୍ୟବସାୟମାନେ ପରିବା ବିକ୍ରି କରି ନ ପାରି ଅସୁବିଧାର ସମ୍ମୁଖୀନ ହୋଇଛନ୍ତି । ପ୍ରଶାସନ ପକ୍ଷରୁ ସାପ୍ତାହିକ ହାଟ ଓ ଦୈନିକ ହାଟ ବନ୍ଦ କରିଦିଆଯାଇ ସହରର ବିଭିନ୍ନ ସ୍ଥାନରେ ପରିବା ବିକ୍ରି ପାଇଁ ନିର୍ଦ୍ଦେଶ ଦିଆଯାଇଥିଲା ।

ପରିବା ବିକାଳୀଙ୍କ ଅଭିଯୋଗ ହେଲା କେଉଁ ଜାଗାରେ ସେମାନେ ପରିବା ବିକ୍ରି କରିବେ ପ୍ରଶାସନ ପକ୍ଷରୁ ବ୍ୟବସ୍ଥା କରାଯାଇନାହିଁ । ଆଜି ମଙ୍ଗଳବାର ବଜାର ଥିବାରୁ ଜିଲ୍ଲାର ବିଭିନ୍ନ ସ୍ଥାନରୁ ଚାଷୀ ଓ ବ୍ୟବସାୟୀ ପରିବା ଧରି ପହଞ୍ଚିବା ପରେ ଏଠାରେ ବିକ୍ରି କରିବା ପାଇଁ ପୁଲିସ ପକ୍ଷରୁ ବାରଣ କରାଯାଇଥିଲା । ଯାହାଫଳରେ ବ୍ୟବସାୟୀଙ୍କ ମଧ୍ୟରେ ଉତ୍ତେଜନା ପ୍ରକାଶ ପାଇଥିଲା। ପରେ ରାସ୍ତା ଉପରେ ପନିପରିବା ଢାଳି ପ୍ରତିବାଦ କରିଥିଲେ ।