କନକ ବ୍ୟୁରୋ: ଓଡ଼ିଶା ପାଇଁ ଖୁସି ଖବର । ସବୁ ରେକର୍ଡ ଭାଙ୍ଗିଲା ସୁସ୍ଥ ସଂଖ୍ୟା । ରାଜ୍ୟରେ ସୁସ୍ଥ ହେଲେ ୧,୯୨୭ କରୋନା ଆକ୍ରାନ୍ତ । ତେବେ ସୁସ୍ଥଙ୍କ ମଧ୍ୟରେ; ଖୋର୍ଦ୍ଧାରୁ ସର୍ବାଧିକ ୨୪୬, ଗଞ୍ଜାମରୁ ୧୯୦, ନୟାଗଡ଼ ୧୫୧, ରାୟଗଡ଼ାରୁ ୧୪୬, ସୁନ୍ଦରଗଡ଼ରୁ ୧୦୮, କନ୍ଧମାଳରୁ ୧୦୧, ଢ଼େଙ୍କାନାଳରୁ ୯୫ ଜଣ ଆକ୍ରାନ୍ତ କରୋନା ମୁକ୍ତ ହୋଇଛନ୍ତି ।

Advertisment

ମୟୁରଭଞ୍ଜରୁ ୮୮, କୋରାପୁଟରୁ ୮୬, କଟକରୁ ୭୮, ପୁରୀରୁ ୭୭,ବଲାଙ୍ଗୀରରୁ ୭୫, ଯାଜପୁରରୁ ୭୪, ବାଲେଶ୍ବରରୁ ୭୦, ମାଲକାନଗିରିରୁ ୪୩, ନବରଙ୍ଗପୁରରୁ ୪୦, ଗଜପତିରୁ ୩୪, ଜଗତସିଂହପୁରରୁ ୩୦,ଭଦ୍ରକରୁ ୨୮, ନୂଆପଡ଼ାରୁ ୨୭, କଳାହାଣ୍ଡିରୁ ୨୧, ସମ୍ବଲପୁରରୁ ୨୧, କେନ୍ଦ୍ରାପଡ଼ାରୁ ୧୯, କେନ୍ଦୁଝରରୁ ୧୮, ଦେବଗଡ଼ରୁ ୧୭, ଝାରସୁଗୁଡ଼ାରୁ ୧୩, ବରଗଡ଼ରୁ ୧୨, ବୌଦ୍ଧରୁ ୮, ସୋନପୁରରୁ ୬ ଓ ଅନୁଗୁଳରୁ ୫ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ଆଜିର ୧୯୨୭କୁ ମିଶଇ ଓଡ଼ିଶାରେ ମୋଟ ସୁସ୍ଥ ସଂଖ୍ୟା ୫୦,୫୦୩ରେ ପହଞ୍ଚିଛି । ତେବେ ନୂଆ ସୁସ୍ଥଙ୍କୁ ମିଶାଇ ରାଜ୍ୟରେ ଏଯାଏଁ ମୋଟ ୫୦ ଜହାର ୫୦୩ ଜଣ ସୁସ୍ଥ ହୋଇ ସାରିଲେଣି ବୋଲି ଟ୍ୱିଟ୍ କରି ସୂଚନା ଦେଇଛନ୍ତି ସ୍ୱାସ୍ଥ୍ୟ ବିଭାଗ ।