କନକ ବ୍ୟୁରୋ : ଉପରାଷ୍ଟ୍ରପତି ଏମ. ଭେଙ୍କେୟା ନାଇଡୁ ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି । ଏଥିପାଇଁ ତାଙ୍କ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରାଯାଇଥିବା ବେଳେ କାର୍‌କେଡ୍‌ ରିହର୍ସାଲ୍‌ କରାଯାଇଛି । ସୂଚନା ଅନୁଯାୟୀ ଆଜି ପୂର୍ବାହ୍ନ ୧୧ଟା ୧୫ରେ ସେ ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରରେ ପହଞ୍ଚିବେ । ସେଠାରୁ ସିଧାସଳଖ ରାଜଭବନ ଯିବେ ଓ ମଧ୍ୟାହ୍ନଭୋଜନ କରିବେ । ଅପରାହ୍‌ଣ ୪ଟା ୪୫ରେ ରାଜଭବନରୁ ବାହାରି ‌ସଡ଼କ ପଥରେ କଟକ ବିଜୁ ପଟ୍ଟନାୟକ ଛକ ସ୍ଥିତ ସାରଳା ଭବନକୁ ଯିବେ ।  ୫ଟା ୩୦ରୁ ୬ଟା ୩୦ଟା ପର୍ଯ୍ୟନ୍ତ କଟକ ସାରଳା ଭବନଠାରେ ଆୟୋଜିତ ହେବାକୁ ଥିବା ଆଦିକବି ସାରଳା ଦାସଙ୍କ ୬୦୦ତମ ଜନ୍ମ ଉତ୍ସବ ତଥା ସାରଳା ସାହିତ୍ୟ ସଂସଦର ୪୦ତମ ବାର୍ଷିକ ସମାରୋହରେ ଉପସ୍ଥିତ ରହିବେ।

Advertisment

ସନ୍ଧ୍ୟା ୬ଟା ୩୦ରେ ସାରଳା ଭବନରୁ ବାହାରି ୭ଟା ୫ରେ ରାଜଭବନରେ ପହଞ୍ଚି ସେଠାରେ ରାତ୍ରିଯାପନ କରିବେ। ଆସନ୍ତାକାଲି ଉତ୍କଳ ବିଶ୍ବବିଦ୍ୟାଳୟର ୫୦ତମ ସମାବର୍ତନ ଉତ୍ସବରେ ଯୋଗଦେବାର କାର୍ଯ୍ୟକ୍ରମ ରହିଛି । ପୂର୍ବାହ୍ନ ୧୦ଟା ୧୦ରେ ରାଜଭବନରୁ ବାହାରି ବିଶ୍ବବିଦ୍ୟାଳୟ ଅଭିମୁଖେ ଯିବେ । ୧୦ଟା ୨୦ରେ କ୍ୟାମ୍ପସରେ ପହଞ୍ଚିବା ସହ ପୂର୍ବାହ୍ନ ୧୦ଟା ୩୦ରୁ ୧୧ଟା ୩୦ ପର୍ଯ୍ୟନ୍ତ ସେଠାରେ ରହିବେ । ଏହାପରେ ରାଜଭବନକୁ ଯାଇ ସେଠାରେ ମଧ୍ୟାହ୍ନଭୋଜନ କରିବେ ଏବଂ ଅପରାହ୍‌ଣ ୫ଟାରେ ନୂଆଦିଲ୍ଲୀ ଫେରିଯିବେ ।