ଭୁବନେଶ୍ୱର ବିମାନବନ୍ଦରରେ ପହଂଚିଲେ ଉପରାଷ୍ଟ୍ରପତି ଭେଙ୍କେୟା ନାଇଡୁ । କଡା ସୁରକ୍ଷା ଭିତରେ ଯିବେ ରାଜଭବନ

91

କନକ ବ୍ୟୁରୋ : ଦୁଇ ଦିନିଆ ଓଡିଶା ଗ୍ରସ୍ତରେ ଆସି ଆଜି ଭୁବନେଶ୍ୱର ବିମାନବନ୍ଦରରେ ପହଂଚିଛନ୍ତି ଉପରାଷ୍ଟ୍ରପତି ଭେଙ୍କେୟା ନାଇଡୂୁ । ସେ ଏକ ସ୍ୱତନ୍ତ ବିମାନ ଯୋଗେ ଭୁବନେଶ୍ୱର ବିମାନବନ୍ଦରରେ ପହଂଚିଛନ୍ତି ।  ତାଙ୍କ ଗସ୍ତକୁ ନେଇ ବିମାନବନ୍ଦର ପରିସରରେ ସୁରକ୍ଷା ବ୍ୟବସ୍ଥାକୁ କଡାକଡି କରାଯାଇଛି । କିଛି ସମୟ ପରେ ସେ ବିମାନବନ୍ଦରରୁ ବାହାରି ରାଜଭବନ ଯିବାର କାର୍ଯ୍ୟକ୍ରମ ରହିଛି । ସେଠାରେ ସେ ମଧ୍ୟାହ୍ନ ଭୋଜନ କରିବେ । ଅପରାହ୍‌ଣ ୪ଟା ୪୫ରେ ରାଜଭବନରୁ ବାହାରି ‌ସଡ଼କ ପଥରେ କଟକ ବିଜୁ ପଟ୍ଟନାୟକ ଛକ ସ୍ଥିତ ସାରଳା ଭବନକୁ ଯିବେ ।  ୫ଟା ୩୦ରୁ ୬ଟା ୩୦ଟା ପର୍ୟ୍ୟନ୍ତ କଟକ ସାରଳା ଭବନଠାରେ ଆୟୋଜିତ ହେବାକୁ ଥିବା ଆଦିକବି ସାରଳା ଦାସଙ୍କ ୬୦୦ତମ ଜନ୍ମ ଉତ୍ସବ ତଥା ସାରଳା ସାହିତ୍ୟ ସଂସଦର ୪୦ତମ ବାର୍ଷିକ ସମାରୋହରେ ଉପସ୍ଥିତ ରହିବେ।
ସନ୍ଧ୍ୟା ୬ଟା ୩୦ରେ ସାରଳା ଭବନରୁ ବାହାରି ୭ଟା ୫ରେ ରାଜଭବନରେ ପହଞ୍ଚି ସେଠାରେ ରାତ୍ରିଯାପନ କରିବେ। ଆସନ୍ତାକାଲି ଉତ୍କଳ ବିଶ୍ବବିଦ୍ୟାଳୟର ୫୦ତମ ସମାବର୍ତନ ଉତ୍ସବରେ ଯୋଗଦେବାର କାର୍ଯ୍ୟକ୍ରମ ରହିଛି । ପୂର୍ବାହ୍ନ ୧୦ଟା ୧୦ରେ ରାଜଭବନରୁ ବାହାରି ବିଶ୍ବବିଦ୍ୟାଳୟ ଅଭିମୁଖେ ଯିବେ । ୧୦ଟା ୨୦ରେ କ୍ୟାମ୍ପସରେ ପହଞ୍ଚିବା ସହ ପୂର୍ବାହ୍ନ ୧୦ଟା ୩୦ରୁ ୧୧ଟା ୩୦ ପର୍ଯ୍ୟନ୍ତ ସେଠାରେ ରହିବେ । ଏହାପରେ ରାଜଭବନକୁ ଯାଇ ସେଠାରେ ମଧ୍ୟାହ୍ନଭୋଜନ କରିବେ ଏବଂ ଅପରାହ୍ନ ୫ଟାରେ ନୂଆଦିଲ୍ଲୀ ଫେରିଯିବେ ।