ବର୍ଷାଙ୍କ ରୁମରେ ଭିଡିଓ ରେକଡିଂ ମାମଲା : ୨ ଯୁବକଙ୍କୁ ଥାନାରେ ହାଜର ହେବାକୁ ନିର୍ଦ୍ଦେଶ, ସେପଟେ ଘର ଛାଡିବେନି ବର୍ଷା; ଅନୁଭବଙ୍କ ଘରେ ରହି ହିଁ ମାମଲା ଲଢ଼ିବେ ବୋଲି ସୂଚନା ଦେଲେ ବର୍ଷାଙ୍କ ଓକିଲ 

980

କନକ ବ୍ୟୁରୋ : ବର୍ଷାଙ୍କ ରୁମରେ ଭିଡିଓ ରେକଡିଂ ମାମଲା । ଭିଡିଓ କରିଥିବା ୨ ଯୁବକଙ୍କୁ ପୁରୀ ଘାଯ ଥାନାରେ ହାଜର ହେବାକୁ ନିର୍ଦ୍ଦେଶ ।  ଅଭିଯୋଗ ଅନୁଯାୟୀ ଭିଡିଓ କରୁଥିବା ୨ ଯୁବକ ଅନୁଭବଙ୍କ ସହଯୋଗୀ । ଗତକାଲି ଦିନ ୩ଟା ବେଳେ ବର୍ଷାଙ୍କୁ ଖାଇବାକୁ ଦେବା ସମୟରେ ୨ ଯୁବକ ବର୍ଷାଙ୍କ ଭିଡିଓ କରୁଥିବା ଅଭିଯୋଗ ହୋଇଥିଲା । ଏପରିକି ରୁମ ଭିତରକୁ ଧସେଇ ପଶିଥିବା ମଧ୍ୟ ଅଭିଯୋଗ ହୋଇଥିଲା । ଏହା ପରେ ବର୍ଷା ଶହେ ନମ୍ବର କଲ କରିବାକୁ ସୁରକ୍ଷା ଲୋଡିଥିଲେ । ଏନେଇ ପୁରୀଘାଟ ଥାନାରେ ତାଙ୍କ ଓକିଲଙ୍କ ପକ୍ଷରୁ ଆବେଦନ କରାଯାଇଥିଲା । ଅଭିଯୋଗ ପାଇବା ପରେ ପୁଲିସ ତଦନ୍ତ ଆରମ୍ଭ କରିଛି ।

ଶାଶୁ ଘର ଛାଡିବେନି ବର୍ଷା । ଶାଶୁ ଘରେ ରହି ହିଁ ମାମଲା ଲଢ଼ିବେ । ଏନେଇ ସୂଚନା ଦେଇଛନ୍ତି ବର୍ଷାଙ୍କ ଓକିଲ ରାମକୃଷ୍ଣ ରଥ । ଘରୋଇ ହିଂସା ଅଭିଯୋଗ ଆଣୁଥିବା ବର୍ଷା କେମିତି ଶାଶୁ ଘରେ ରହୁଛନ୍ତି ବୋଲି ଗତକାଲି ପ୍ରଶ୍ନ ଉଠାଇଥିଲେ ସ୍ୱାମୀ ଅନୁଭବ ମହାନ୍ତି । ଏହାର ଜବାବରେ ବର୍ଷାଙ୍କ ଓକିଲ କହିଛନ୍ତି ଅନୁଭବଙ୍କ କଥାରେ ବର୍ଷା ଘର ଛାଡି ପାରିବେ ନାହିଁ । ସେପଟେ ଜୀବନ ପ୍ରତି ବିପଦ ଥିବା ଦର୍ଶାଇବା ପରେ ଆଜିଠାରୁ ତାଙ୍କୁ  ପୁଲିସ ସୁରକ୍ଷା ଦିଆଯାଇଛି । ଅନୁଭବଙ୍କ ଘରେ ବର୍ଷାଙ୍କୁ ସୁରକ୍ଷା ଯୋଗାଇ ଦେବାକୁ ଜଣେ ପୁଲିସ କର୍ମଚାରୀ ନିୟୋଜିତ ହୋଇଛନ୍ତି । ଜୀବନ ପ୍ରତି ବିପଦ ଥିବା ଦର୍ଶାଇ ସୁରକ୍ଷା ମାଗିଥିଲେ ବର୍ଷା ।