ଭୁବନେଶ୍ୱର ମୁଖ୍ୟ ଯୋଗାଣ ଅଧିକାରୀଙ୍କ ଘରେ ଚଢ଼ାଉ । ଆୟ ବର୍ହିଭୂତ ସମ୍ପତି ଠୁଳ ଅଭିଯୋଗରେ ୮ଟି ସ୍ଥାନରେ ଚଢ଼ାଉ ।

317

କନକ ବ୍ୟୁରୋ: ଭୁବନେଶ୍ୱର ମୁଖ୍ୟ ଯୋଗାଣ ଅଧିକାରୀଙ୍କ ଘରେ ଚଢ଼ାଉ । ଆୟ ବର୍ହିଭୂତ ସମ୍ପତି ଠୁଳ ଅଭିଯୋଗରେ ମୁଖ୍ୟ ଯୋଗାଣ ଅଧିକାରୀ ପ୍ରଶାନ୍ତ ଗନ୍ତାୟତଙ୍କ ସରକାରୀ ବାସଭବନ, ଘର ସମେତ ୮ଟି ସ୍ଥାନରେ ଚଢ଼ାଉ ଚାଲିଛି । ଭୁବନେଶ୍ୱର ଓ ଗଂଜାମରେ ଏକକାଳୀନ ଚଢ଼ାଉ ଜାରି ରହିଛି । ଭୁବନେଶ୍ୱର ସ୍ଥିତ କାର୍ଯ୍ୟାଳୟ ଓ ସରକାରୀ ବାସଭବନରେ ଚଢ଼ାଉ କରୁଛି ଭିଜିଲାନ୍ସ । ଭୁବନେଶ୍ୱରର ପାଣ୍ଡରା, ଚନ୍ଦ୍ରଶେଖରପୁର, ଲକ୍ଷ୍ମୀସାଗରରେ ଥିବା ଘର ଓ ବ୍ରହ୍ମପୁରର ପୈତୃକ ଘର ଓ ଭବାନୀପୁରରେ ଥିବା ଘରେ ରେଡ୍ ଚାଲିଛି ।