ଭିଜିଲାନ୍ସ ଜାଲରେ ଖଣି ବିଭାଗ ଅତିରିକ୍ତ ନିର୍ଦ୍ଦେଶକ । କେନ୍ଦୁଝରର ୭ଟି ଓ ଭୁବନେଶ୍ୱରର ୫ଟି ସ୍ଥାନରେ ଏକକାଳୀନ ଚଢାଉ ।

117

କନକ ବ୍ୟୁରୋ: ଭିଜିଲାନ୍ସ ଜାଲରେ ଖଣି ବିଭାଗ ଅତିରିକ୍ତ ନିର୍ଦ୍ଦେଶକ । ଆୟ ବହିର୍ଭୁତ ସମ୍ପତି ଠୁଳ ଅଭିଯୋଗରେ ଅତିରିକ୍ତ ନିର୍ଦ୍ଦେଶକ ଉମେଶ ଚନ୍ଦ୍ର ଜେନାଙ୍କ ଘରେ ଭିଜିଲାନ୍ସ ରେଡ କରିଛି । କେନ୍ଦୁଝରର ୭ଟି ସ୍ଥାନରେ ଓ ଭୁବନେଶ୍ୱରର ୫ଟି ସ୍ଥାନରେ ଏକକାଳୀନ ଚଢାଉ କରାଯାଇଛି । ବଡ଼ କଥା ହେଉଛି ପାଖରୁ ୧ କୋଟି ନଗଦ ମିଳିଥିବା ଭିଜିଲାନ୍ସ ପକ୍ଷରୁ ସୂଚନା ଦିଆଯାଇଛି । ସେପଟେ ଭବାନୀପାଟଣା କେବିକେ କ୍ଷୁଦ୍ର ଜଳସେଚନ ବିଭାଗର ଅତିରିକ୍ତ ମୁଖ୍ୟଯନ୍ତ୍ରୀ କନ୍ଦର୍ପ ପ୍ରଧାନଙ୍କ ଘର ଓ ଅଫିସ ଉପରେ ବି ଚଢାଉ ହୋଇଛି । କନ୍ଦର୍ପଙ୍କ ଭୁବନେଶ୍ୱର ସମେତ ଭବାନୀପାଟଣାରେ ଥିବା ସରକାରୀ କ୍ୱାର୍ଟର ଓ କାର୍ଯ୍ୟାଳୟରେ ୮ଟି ସ୍ଥାନରେ ଏକକାଳୀନ ଚଢାଉ ହୋଇଛି ।