ଭିଜିଲାନ୍ସ ଜାଲରେ କନଷ୍ଟେବଳ : ଗଞ୍ଜାମର ଏକକାଳୀନ ୩ଟି ସ୍ଥାନରେ ଚାଲିଛି ଚଢାଉ

259

କନକ ବ୍ୟୁରୋ : ବ୍ରହ୍ମପୁର ଥାନାର କନଷ୍ଟେବଳ ସୁଦର୍ଶନ ପ୍ରଧାନଙ୍କ ଘରେ ରେଡ୍ । ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସର ଚଢାଉ କରିଛି । ଗଞ୍ଜାମର ୩ଟି ସ୍ଥାନରେ ଚଢାଉ ଜାରି ରହିଛିି ।

ଜଣେ ଏସପି, ଦୁଇ ଜଣ ଡିଏସପି, ୫ ଜଣ ଇନ୍ସପେକ୍ଟର ଏବଂ ଅନ୍ୟ କର୍ମଚାରୀମାନେ ବ୍ରହ୍ମପୁରର ଲୋଚାପଡା, ମେନ୍ ରୋଡଠାରେ ତିନି ମହଲା ବିଶିଷ୍ଟ ଆବାସିକ କୋଠା, ନିମାଖଣ୍ଡୀରେ ଅବସ୍ଥିତ କୋଠା ଏବଂ ଭଞ୍ଜନଗର ଥାନା ଅନ୍ତର୍ଗତ ଗାମୁଣ୍ଡି ଗାଁରେ ଥିବା ପୈତୃକ ଘରେ ଚଢ଼ାଉ କରୁଛନ୍ତି । ବ୍ରହ୍ମପୁରର ସ୍ପେସାଲ୍ ଭିଜିଲାନ୍ସ ଜଜଙ୍କ ଦ୍ବାରା ଜାରି ସର୍ଚ୍ଚ ୱାରେଣ୍ଟର ଆଦେଶ ବଳରେ ଚଢ଼ାଉ କରାଯାଉଥିବାର ସୂଚନା ରହିଛି । ଏଯାବତ୍ କନେଷ୍ଟବଳ ସୁଦର୍ଶନ ପ୍ରଧାନଙ୍କ ଘରୁ  ନଗଦ ୫ ଲକ୍ଷ ୧୬ ହଜାର ୮୮୦ ଟଙ୍କା ଜବତ ହୋଇଛି। ଏନେଇ ଅଧିକ ତଦନ୍ତ ଚାଲିଛି । ଏହାର ସବିଶେଷ  ରିପୋର୍ଟକୁ ଅପେକ୍ଷା କରାଯାଇଛି।