ଭିଜିଲାନ୍ସ ଜାଲରେ କୋଟିପତି ସରକାରୀ ବାବୁ । ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ୧୦ଟି ସ୍ଥାନରେ ଚଢାଉ 

Advertisment
ଭିଜିଲାନ୍ସ ଜାଲରେ କୋଟିପତି ସରକାରୀ ବାବୁ । ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ୧୦ଟି ସ୍ଥାନରେ ଚଢାଉ 

କନକ ବ୍ୟୁରୋ : ଭିଜିଲାନ୍ସ ଜାଲରେ କୋଟିପତି ସରକାରୀ ବାବୁ । ଆୟବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ପୁଲିସ୍ ହାଉସିଂ କର୍ପୋରେସନର ଡେପୁଟି ମ୍ୟାନେଜର ପ୍ରତାପ ସାମଲଙ୍କ ବାସଭବନରେ ଭିଜିଲାନ୍ସ ପକ୍ଷରୁ ଚଢ଼ାଉ ଆରମ୍ଭ ହୋଇଛି । ତାଙ୍କ ଘର ସମେତ ଭୁବନେଶ୍ୱର, ବାଲେଶ୍ୱର ଓ ଭଦ୍ରକ ଜିଲ୍ଲାର ୧୦ଟି ଜାଗାରେ ଭିଜିଲାନ୍ସ ପକ୍ଷରୁ ଏକକାଳୀନ ଚଢ଼ାଉ କରାଯାଉଛି ।

ପ୍ରତାପ ସାମଲଙ୍କ ଭୁବନେଶ୍ୱର ଆଇଆରସି ଭିଲେଜ୍ ପ୍ଲଟ୍ ନମ୍ବର ଏନ୍/୬-୪୧୬ରେ ଏକ ତିନିମହଲା କୋଠା, ଜୟଦେବ ବିହାରରେ ଏକ ଦୁଇମହଲା ଘର, ବିଜୁ ପଟ୍ଟନାୟକ କଲେଜ ଛକ ମା ଭାଗବତୀ ମନ୍ଦିର ବିପରୀତ ଦିଗରେ ଏକ ଛଅମହଲା କୋଠା, ଖଣ୍ଡଗିରିରେ ଏକମହଲା ଭଡ଼ା ଦିଆଯାଇଥିବା ଘର, ଅନନ୍ୟା ଟାୱାରରେ ଥିବା ତାଙ୍କ ସହଯୋଗୀଙ୍କ ଘରେ ଚଢାଉ ଚାଲିଛି ।

ସେହିପରି ପୁଲିସ୍ ହାଉସିଂ କର୍ପୋରେସନର ତାଙ୍କ କାର୍ଯ୍ୟାଳୟ, ଭଦ୍ରକ ଜିଲ୍ଲାର ବାସୁଦେବପୁରର ବାଲିସାହିଠାରେ ଏକ ତିନି ମହଲା ଆପାର୍ଟମେଣ୍ଟ, ବାଲେଶ୍ୱର ଜିଲ୍ଲାର ସୁମୁଳିଆ ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ହରିପୁରରେ ନିଜର ପୈତୃକ ଘର ଓ ସଂପର୍କୀୟଙ୍କ ଘରେ ଚଢ଼ାଉ ଜାରି ରହିଛି । ଜଣେ ଅତିରିକ୍ତ ଏସପି, ୫ଜଣ ଡିଏସପି, ୭ ଜଣ ଇନ୍ସପେକ୍ଟର ଅନ୍ୟ କର୍ମଚାରୀମାନଙ୍କୁ ନେଇ ଓଡ଼ିଶା ଭିଜିଲାନ୍ସର ୧୦ଟି ଟିମ୍ ଏହି ଚଢ଼ାଉରେ ସାମିଲ ଥିବା ଜଣାଯାଇଛି ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe