ନେତାଙ୍କ ଭାଗ୍ୟ ନିର୍ଦ୍ଧାରଣ କରୁଛନ୍ତି ଜନତା । ଅପରାହ୍ନ ୩ଟା ସୁଦ୍ଧା ୫୩ ପ୍ରତିଶତ ମତଦାନ, ସୂଚନା ଦେଲେ ମୁଖ୍ୟ ନିର୍ବାଚନ ଅଧିକାରୀ ।

100

କନକ ବ୍ୟୁରୋ : ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ଜାରି ରହିଛି ମତଦାନ । ତେବେ ଅପରାହ୍ନ ୩ଟା ସୁଦ୍ଧା ୫୩ ପ୍ରତିଶତ ମତଦାନ ହୋଇଥିବା ଜଣାପଡିଛି । ଏନେଇ ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ ସୂଚନା ଦେଇଛନ୍ତି । ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ମତଦାନ ଜାରି ରହିଛି । ଭୋଟର ମାନେ ବେଶ ଉତ୍ସାହର ସହ ମତଦାନ କରୁଛନ୍ତି । ପ୍ରତି ବୁଥରେ ଭୋଟରଙ୍କ ଭିଡ ଦେଖିବାକୁ ମିଳୁଛି ।

ଦ୍ୱିତୀୟ ପର୍ଯ୍ୟାୟ ରେ ରାଜ୍ୟର ୫ଟି ଲୋକସଭା ଓ ୩୫ଟି ବିଧାନସଭା ଆସନ ପାଇଁ ଭୋଟିଂ ହେଉଥିବା ବେଳେ ଭୋଟର ମଧ୍ୟ ବେଶ ଉତ୍ସାହର ସହ ମତଦାନ କେନ୍ଦ୍ରକୁ ଆସି ଭୋଟ ଦେଉଛନ୍ତି । ଭୋଟ ଗ୍ରହଣ ପାଇଁ ସନ୍ଧ୍ୟା ପର୍ଯ୍ୟନ୍ତ ସମୟ  ନିର୍ଘଣ୍ଟ ରହିଛି । ତେବେ ଦିନ ୩ଟା ସୁଦ୍ଧା ୫୩ ପ୍ରତିଶତ ମତଦାନ ହୋଇଥିବା ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ ସୂଚନା ଦେଇଛନ୍ତି ।