ଆରମ୍ଭ ହେବ ଭୋଟର ତାଲିକା ସଂଶୋଧନ ପ୍ରକ୍ରିୟା । ଜାଣନ୍ତୁ ଭୁଲ ଥିଲେ କେମିତି କରିବେ ସଂଶୋଧନ, ନୂଆ ଭୋଟର ତାଲିକାରେ ଯୋଡିହେବାକୁ କେଉଁଠି କରିବେ ଆବେଦନ?

1,258

କନକ ବ୍ୟୁରୋ : ଆରମ୍ଭ ହେବ ସ୍ୱତନ୍ତ୍ର ସଂକ୍ଷିପ୍ତ ଭୋଟର ତାଲିକା ସଂଶୋଧନ ପ୍ରକ୍ରିୟା । ୨୦୨୨ ଜାନୁଆରୀ ସୁଦ୍ଧା ୧୮ ବର୍ଷ ହେଉଥିବା ବ୍ୟକ୍ତି ମାନେ ଏଥିରେ ସାମିଲ ହୋଇ ପାରିବେ । ଏବଂ ଯୋଗ୍ୟ ଭୋଟର ହୋଇଥିବେ ତାଙ୍କର ଭୋଟର ଲିଷ୍ଟ ରେ ନାଁ ନଥିବ କିମ୍ବା ଯେଉଁ ମାନେ ଭୋଟର ଲିଷ୍ଟରୁ ନାଁ କାଟିବାକୁ ଚାହୁଁ ଥିବେ କିମ୍ୱା ତ୍ରୁଟି ସଂଶୋଧନ କରି ପାରିବେ । ଏହି ବ୍ୟବସ୍ଥା ଚଳିତ ଥର ଅନଲାଇନ ବ୍ୟବସ୍ଥା ମାଧ୍ୟମରେ କରାଯିବ । ପୂର୍ବରୁ ଏହା ଅଫ ଲାଇନରେ କରାଯାଉଥିଲା ।

ଏକ ସ୍ୱତନ୍ତ୍ର ଆପ ମାଧ୍ୟମରେ ଏହି ସଂଶୋଧନ ପ୍ରକ୍ରିୟା ଲୋକମାନେ କରି ପାରିବେ । ଏଥିପାଇଁ ନିର୍ଦ୍ଦିଷ୍ଟ କିଛି ପ୍ରମାଣ ପତ୍ର ଲୋକମାନଙ୍କୁ ଦେବାକୁ ହେବ । ଏହା ପରେ ସରକାରୀ ଅଧିକାରୀ ମାନେ ଘରକୁ ଯାଇ ଆପଣକୁ କାର୍ଡ ଯୋଗାଈ ଦେବେ କିମ୍ୱା ସ୍ପିଡ଼ ପୋଷ୍ଟ ମଧାମରେ ଘରକୁ ପଠାଯିବ । ନଭେମ୍ବର ୭ ଓ ୨୧ ତାରିଖ ଅର୍ଥାତ ଏହି ମାସର ଦୁଇ ରବିବାରରେ ପ୍ରଥମ ଓ ତୃତୀୟ ରବିବାର ଦିନ ସରକାରୀ ଅଧିକାରୀ ମାନେ ବୁଥରେ ରହିବେ । ଲୋକମାନେ ସେଠାକୁ ଯାଇ କି ଭୋଟର ତାଲିକା ସଂଶୋଧନ କରିପାରିବେ ।

ଉପାନ୍ତ ଅଞ୍ଚଳରେ ଭୋଟର ତାଲିକା ସଂଶୋଧନ ପାଇଁ ସ୍ୱତନ୍ତ୍ର ବ୍ୟବସ୍ଥା କରାଯିବ । ଏକ ମାସ ମଧ୍ୟରେ ଲୋକମାନେ ସଂଶୋଧନ ପାଇଁ ଆବେଦନ କରି ପାରିବେ । ଏହାର ତର୍ଜମା ପାଇଁ ୨୦ ଦିନ ସମୟ ଲାଗିବ । ଜାନୁଆରୀ ୬ ତାରିଖରେ ଚୂଡାନ୍ତ ଭୋଟର ତାଲିକା ପ୍ରକାଶ ପାଇବ । ଦୁଇଟି ଭୋଟର ଆଇଡ଼ି ଥିବା ଏକ ଲକ୍ଷ ଲୋକଙ୍କୁ ଆମେ ଅଟୋ ମେକାନିଜମ ଦ୍ୱାରା ଆମେ ବାଦ ଦେଇ ସାରିଛୁ । ଆହୁରି ୪ ଲକ୍ଷ ଆବେଦନ ମଧ୍ୟ ବର୍ତ୍ତମାନ ସୁଦ୍ଧା ରହିଥିବା କହିଛନ୍ତି ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ ସୁଶୀଲ କୁମାର ଲୋହାନି ।