କନକ ବ୍ୟୁରୋ : ତ୍ରିସ୍ତରୀୟ ପଂଚାୟତ ନିର୍ବାଚନ ପାଇଁ ଚାଲିଛି ଚତୁର୍ଥ ପର୍ଯ୍ୟାୟ ମତାଦାନ । ୨୭ଟି ଜିଲ୍ଲାର ୬୪ଟି ବ୍ଲକର ୧୬୩ଟି ଜିଲ୍ଲା ପରିଷଦ ଆସନ ପାଇଁ ଭୋଟ୍ ଗ୍ରହଣ ହେଉଛି । ୧୭ ହଜାର ୮୯ଟି ବୁଥରେ ମତଦାନ କରିବେ ୫୧ ଲକ୍ଷ ୩୧ ହଜାର ୭୨୭ ଭୋଟର । ସେଥିରୁ ୨ହଜାର ୫୬୩ଟି ସମ୍ବେଦନଶୀଳ ବୁଥ ଚିହ୍ନଟ କରାଯାଇଛି ।

Advertisment

ଏହି ବୁଥ ଉପରେ କଡା ନଜର ରଖିଛନ୍ତି ରାଜ୍ୟ ନିର୍ବାଚନ କମିଶନ । ପ୍ରଥମ ଓ ଦ୍ୱିତୀୟ ପର୍ଯ୍ୟାୟଠୁ ତୃତୀୟ ପର୍ଯ୍ୟାୟ ମତଦାନ ବେଳେ ଅଧିକ ହିଂସା ହୋଇଛି । ତେଣୁ ଚତୁର୍ଥ ପର୍ଯ୍ୟାୟ ନିର୍ବାଚନ କିପରି ଶାନ୍ତି ଶୃଙ୍ଖଳାରେ ହେବ ସେ ନେଇ ରାଜ୍ୟ ନିର୍ବାଚନ କମିଶନ, ପୋଲିସ ଓ ପ୍ରଶାସନ ସହ ଆଲୋଚନା କରିଛନ୍ତି । ଏଥିପାଇଁ ୨୫୭ ପ୍ଲାଟୁନ ପୋଲିସ ଫୋର୍ସ ମୁତୟନ ରହିବେ ବୋଲି କୁହାଯାଇଛି ।