କନକ ବ୍ୟୁରୋ : ବଙ୍ଗୋପସାଗରରେ ଆଉ ଏକ ଲଘୁଚାପ ସୃଷ୍ଟି ହୋଇଛ । ଲଘୁଚାପ ପ୍ରଭାବରେ ଆସନ୍ତା ୨୫ ତାରିଖ ସକାଳ ଯାଏଁ ରାଜ୍ୟରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଏଥିପାଇଁ ଆଜି ସକାଳ ୮ଟା ୩୦ ଯାଏଁ ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ୮ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି । ସେହିପରି ୧୧ ଜିଲ୍ଲାରେ ପ୍ରବଳ ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ୨୨ ଓ ୨୩ ତାରିଖରେ ୭ ଜିଲ୍ଲାକୁ ୟେଲୋ ଚେତାବନୀ ଦିଆଯାଇଛି । ୨୩ ଓ ୨୪ ତାରିଖରେ ୧୨ ଜିଲ୍ଲାରେ ଓ ୨୪, ୨୫ ତାରିଖରେ ୧୧ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି ।

Advertisment

ଏହି ସମୟ ମଧ୍ୟରେ ତଳୁଆ ଅଞ୍ଚଳରେ ପାଣି ଜମିବା ସମ୍ଭାବନା ରହିଛି । ଯାତାୟତ ବାଧାପ୍ରାପ୍ତ ହେବା ସହ ଟ୍ରାଫିକ ସମସ୍ୟା ଦେଖାଦେଇପାରେ । ମାଟିକାନ୍ଥ ପଡିବା ସମ୍ଭାବନା ରହିଛି । ଅସୁରକ୍ଷିତ କଚ୍ଚା ଘରେ ଆଶ୍ରୟ ନ ନେବାକୁ ପରାମର୍ଶ ଦେଇଛି ପାଣିପାଗ ବିଭାଗ । ପାହାଡିଆ ଅଞ୍ଚଳରେ ଭୂସ୍ଖଳନ ସମ୍ଭାବନା ରହିଛି । ୨୪ ତାରିଖରେ ଆଉ ଏକ ଲଘୁଚାପ ହେବାର ସମ୍ଭାବନା ରହିଛି ।