କନକ ବ୍ୟୁରୋ: ରାଜ୍ୟର ୨୧ଟି ଜିଲ୍ଲାକୁ ସତର୍କ ରହିବାକୁ ପରାମର୍ଶ । ଆସନ୍ତା ୩ ଘଣ୍ଟା ପର୍ଯ୍ୟନ୍ତ ୭ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରି ସତର୍କ ରହିବାକୁ ପରାମର୍ଶ ଦେଇଛି ପାଣିପାଗ ବିଭାଗ । ଏହିସବୁ ଜିଲ୍ଲା ଗୁଡ଼ିକ ହେଲେ, ମାଲକାନଗିରି, କୋରାପୁଟ, ରାୟଗଡ଼ା, କଳାହାଣ୍ଡି, ସୋନପୁର, ଢେଙ୍କାନାଳ ଏବଂ ଦେବଗଡ଼ ।
ଅନ୍ୟପଟେ ୧୩ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରି ସତର୍କ ରହିବାକୁ ପରାମର୍ଶ ଦେଇଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ବର୍ଷା ଘଡ଼ଘଡ଼ି ସହ ଝଡ଼ ତୋଫାନର ପୂର୍ବାନୁମାନ କରି, କନ୍ଧମାଳ, ସୁନ୍ଦରଗଡ଼, କଟକ, ଗଞ୍ଜାମ, ଗଜପତି, ଯାଜପୁର, ଝାରସୁଗୁଡ଼ା, ଖୋର୍ଦ୍ଧା, କଳାହାଣ୍ଡି, କେନ୍ଦ୍ରାପଡ଼ା, ନୟାଗଡ଼, ପୁରୀ ଏବଂ ସମ୍ବଲପୁର ଭଳି ଜିଲ୍ଲାକୁ ସତର୍କତା ଜାରି କରାଯାଇଛି । ଏହିସବୁ ଜିଲ୍ଲାବାସୀ ଆସନ୍ତା ୩ ଘଣ୍ଟା ପର୍ଯ୍ୟନ୍ତ ପାଣିପାଗ ଗତିବିଧି ଉପରେ ନଜର ରଖିବା ସହ ବଜ୍ରପାତ ମୁକ୍ତ ସ୍ଥାନରେ ରହିବାକୁ ପରାମର୍ଶ ଦିଆଯାଇଛି । ଏହାସହ ଭୁବନେଶ୍ୱରକୁ ମଧ୍ୟ ସତର୍କ ରହିବାକୁ ପରାମର୍ଶ ଦିଆଯାଇଛି ।