କନକ ବ୍ୟୁରୋ: ଘୂର୍ଣ୍ଣିବଳୟ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ଗତକାଲିଠୁ ପ୍ରବଳ ବର୍ଷା ହେଉଛି । ରାଜଧାନୀ ଭୁବନେଶ୍ୱରରେ ଗତକାଲିଠାରୁ ତୁହାକୁ ତୁହା ବର୍ଷୁଛି । ଆଜି ସକାଳୁ ଭୁବନେଶ୍ୱର ଓ ଏହାର ଉପକଣ୍ଠ ଅଂଚଳରେ ପ୍ରବଳ ବର୍ଷା ହେଉଛି । ସେପଟେ ପ୍ରବଳ ବର୍ଷା ଯୋଗୁଁ ବ୍ରହ୍ମପୁର ସହରର ସମସ୍ତ ସ୍କୁଲକୁ ବନ୍ଦ ଘୋଷଣା କରାଯାଇଛି । ତେବେ ସ୍କୁଲରେ ଉପସ୍ଥିତ ରହିବାକୁ ଶିକ୍ଷକମାନଙ୍କୁ ନିର୍ଦ୍ଦେଶ ଦିଆଯାଇଛି ।
ଆଂଚଳିକ ପାଣିପାଗ କେନ୍ଦ୍ରର ସୂଚନା ଅନୁସାରେ ୧୩ଟି ଜିଲ୍ଲାରେ ଘଡ ଘଡି ଓ ବିଜୁଳି ମାରିବା ସହ ପ୍ରବଳ ବର୍ଷାର ସମ୍ଭାବନା ରହିଛି । କେନ୍ଦ୍ରାପଡା, ଜଗତସିଂହପୁର, ପୁରୀ, ଗଂଜାମ, ବାଲେଶ୍ୱର, ବଲାଙ୍ଗିର, ବରଗଡ, ଖୋର୍ଦ୍ଧ. କଟକ, ଯାଜପୁର, ଭଦ୍ରକ ଓ ଗଜପତି ଜିଲ୍ଲାରେ ବର୍ଷା ପାଇଁ ସତର୍କ ସୂଚନା ରହିଛି ।
/kanak/media/agency_attachments/2024-07-23t061209958z-vpn68eiq1eknckql8r0y.jpg)
/kanak/media/post_attachments/wp-content/uploads/2019/07/RAIN-2-1.jpg)
/kanak/media/post_attachments/wp-content/uploads/2019/09/Tropical_Storm_Thunder_and_Rain_Sounds_1024x1024-300x169.jpg)