କନକ ବ୍ୟୁରୋ : ଗୋଟିଏ ପଟେ ସମଗ୍ର ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ଜାରି ରହିଛି । ଅନ୍ୟପଟେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର କୋରାପୁଟ, ମାଲକାନଗିରି, ନବରଙ୍ଗପୁର, ରାୟଗଡ଼ା, ଗଜପତି, ଗଞ୍ଜାମ, କନ୍ଧମାଳ, କେନ୍ଦୁଝର, ମୟୂରଭଞ୍ଜ, ସୁନ୍ଦରଗଡ଼, ବାଲେଶ୍ୱର, ନୟାଗଡ଼, ଭଦ୍ରକ, କଟକ, ଯାଜପୁର ଓ କେନ୍ଦ୍ରାପଡ଼ା ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ କାଳବୈଶାଖୀ ଜନିତ ଝଡ଼ପବନ ସହ ମଧ୍ୟମ ଧରଣର ବର୍ଷା ସମ୍ଭାବନା ରହିଛି । ଏହାସହ ଏହି ଜିଲ୍ଲାଗୁଡ଼ିକରେ ବଜ୍ରପାତର ଆଶଙ୍କା ରହିଥିବା ନେଇ ସତର୍କ ସୂଚନା ଜାରି କରିଛି ଭାରତୀୟ ପାଣିପାଗ ବିଭାଗର ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ କେନ୍ଦ୍ର।
ସାଟେଲାଇଟ୍ ଚିତ୍ର ଓ ଡପଲର ରାଡାର ସୂଚନାକୁ ଆଧାର କରି ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସତର୍କ ସୂଚନା ଜାରି ହୋଇଛି । ସୂଚନା ଅନୁସାରେ ରାଜ୍ୟର ଏହି ସମସ୍ତ ଜିଲ୍ଲାର ଗୋଟିଏରୁ ଦୁଇଟି ସ୍ଥାନରେ ହଠାତ୍ ପାଗରେ ପରିବର୍ତ୍ତନ ହେବା ସହ କାଳବୈଶାଖୀ ଜନିତ ଝଡ଼ପବନ ସହ ବର୍ଷା ଆରମ୍ଭ ହୋଇଯିବ। ଏଥିସହ ଏହି ସମୟ ମଧ୍ୟରେ ଏହି ସମସ୍ତ ସ୍ଥାନରେ ଘଣ୍ଟାପ୍ରତି ୩୦ର ୪୦ କିଲୋମିଟର ବେଗରେ ପବନ ବହିବ । ବଜ୍ରପାତର ଆଶଙ୍କା ରହିଥିବାରୁ କାଳବୈଶାଖୀ ସମୟରେ ପଦାକୁ ନ ବାହାରିବାକୁ ଜାରି ସତର୍କ ସୂଚନାରେ ପରାମର୍ଶ ଦେଇଛି ପାଣିପାଗ ବିଭାଗ ।
/kanak/media/agency_attachments/2024-07-23t061209958z-vpn68eiq1eknckql8r0y.jpg)
/kanak/media/post_attachments/wp-content/uploads/2018/09/thunderstorm-alert-delhi-afp_650x400_71525708585-3.jpg)