ସତର୍କ ରୁହ ୧୪ ଜିଲ୍ଲା! ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଝଡ଼ ବର୍ଷା ସାଙ୍ଗକୁ ବଜ୍ରପାତ ଆଶଙ୍କା, ୧୪ଟି ଜିଲ୍ଲା ପାଇଁ ୱେଲୋ ୱାର୍ଣ୍ଣିଂ ଜାରି କଲା ପାଣିପାଗ ବିଭାଗ

2,421

କନକ ବ୍ୟୁରୋ: ଆସନ୍ତା ୨୪ ଘଣ୍ଟା ରାଜ୍ୟର ଦକ୍ଷିଣ ଠାରୁ ଆରମ୍ଭ କରି ଉପକୂଳ ଓ ଆଭ୍ୟନ୍ତର ଓଡ଼ିଶାର ବହୁ ଜିଲ୍ଲାରେ କାଳବୈଶାଖୀ ଜନିତ ଘୂର୍ଣ୍ଣିଝଡ଼ ସହ ବିଜୁଳି, ଘଡ଼ଘଡ଼ି ଓ କୁଆପଥର ବର୍ଷା ପବନର ସମ୍ଭାବନା ରହିଛି । ଏହାକୁ ଦୃଷ୍ଟିରେ ରଖି ଆଞ୍ଚଳିକ ପାଣିପାଗ ବିଭାଗ କାର୍ଯ୍ୟାଳୟ ପକ୍ଷରୁ ରାଜ୍ୟର ୧୪ଜିଲ୍ଲା ପାଇଁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି ।

ଏହି ସମୟ ମଧ୍ୟରେ ରାଜ୍ୟର ମୟୂରଭଞ୍ଜ, କେନ୍ଦୁଝର, ଭଦ୍ରକ, ବାଲେଶ୍ୱର, ସୁବର୍ଣ୍ଣପୁର,ବୌଦ୍ଧ, ଅନୁଗୁଳ, ଢ଼େଙ୍କାନାଳ ଗଞ୍ଜାମ, ଗଜପତି, କୋରାପୁଟ, ରାୟଗଡ଼ା, ନବରଙ୍ଗପୁର ଓ କଳାହାଣ୍ଡି ପ୍ରମୁଖ ୧୪ଟି ଜିଲ୍ଲା ପାଇଁ ପାଣିପାଗ ବିଭାଗ ପକ୍ଷରୁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି । ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଏହି ୧୪ଟି ଜିଲ୍ଲାରେ ଘଣ୍ଟାପ୍ରତି ୩୦ରୁ ୪୦ କିଲୋମିଟର ବେଗରେ ପବନ ବହିବା ସହ କାଳବୈଶାଖୀ ଜନିତ ଘୂର୍ଣ୍ଣିଝଡ଼ ସହ ବିଜୁଳି, ଘଡ଼ଘଡ଼ି ଓ କୁଆପଥର ବର୍ଷା ପବନର ହେବାର ଅଧିକ ସମ୍ଭାବନା ରହିଛି ବୋଲି ଜାରି ସତର୍କ ସୂଚନାରେ କୁହାଯାଇଛି ।