ବଜ୍ରପାତ ବିପଦ ! ସନ୍ଧ୍ୟା ୬ଟା ସୁଦ୍ଧା ରାଜ୍ୟର ୫ଟି ଜିଲ୍ଲାରେ ଘଡ଼ଘଡ଼ି ସହ କାଳବୈଶାଖୀ ସମ୍ଭାବନା, ଆଞ୍ଚଳିକ ପାଣିପାଗ କେନ୍ଦ୍ରର ସତର୍କ ସୂଚନା ଜାରି

Advertisment
ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା । ୧୦ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି

କନକ ବ୍ୟୁରୋ: ରାଜ୍ୟର ୫ଜିଲ୍ଲାକୁ ବଜ୍ରପାତ ଓ କାଳବୈଶାଖୀ ନେଇ ଆଗୁଆ ସତର୍କ ସୂଚନା ଜାରି କରିଛି ଆଞ୍ଚଳିକ ପାଣିପାଗ ବିଭାଗ । ସନ୍ଧ୍ୟା ୬ଟା ମଧ୍ୟରେ ରାଜ୍ୟର ୫ଟି ଜିଲ୍ଲାରେ ଘଡଘଡି ସହ ବର୍ଷା ହେବାର ପୂର୍ବାନୁମାନ କରି ସତର୍କ ସୂଚନା ଜାରି କରିଛି ଆଞ୍ଚଳିକ ପାଣିପାଗ ବିଭାଗ । ଏହାସହ କାଳବୈଶାଖୀର ଆଶଙ୍କା ରହିଥିବା କହିଛି ପାଣିପାଗ ବିଭାଗ । ତେବେ ଏହି ଜିଲ୍ଲାଗୁଡ଼ିକ ମଧ୍ୟରେ ରହିଛି- ରାୟଗଡ଼ା, କୋରାପୁଟ, ଗଜପତି, ଗଞ୍ଜାମ ଓ କନ୍ଧମାଳ । ସନ୍ଧ୍ୟା ୬ଟା ମଧ୍ୟରେ ଏହି ଜିଲ୍ଲାଗୁଡ଼ିକରେ ସତର୍କ ରହିବାକୁ ପରାମର୍ଶ ।

ସେହିପରି ଆଞ୍ଚଳିକ ପାଣିପାଗ କେନ୍ଦ୍ର ସୂଚନା ମୁତାବକ ଓଡ଼ିଶାର କିଛି ସ୍ଥାନରେ ବର୍ଷା ମଧ୍ୟ ହୋଇପାରେ । ତେଣୁ ବଜ୍ରପାତ ବିପଦ ଥିବାରୁ ଏହି ସବୁ ଜିଲ୍ଲାର ଜିଲ୍ଲାପାଳଙ୍କୁ ସତର୍କ କରାଯାଇଛି ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe