କନକ ବ୍ୟୁରୋ: ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ୧୭ ଜିଲ୍ଲାକୁ ୱେଲୋ ୱାର୍ଣ୍ଣି ସତର୍କତା ଜାରି କଲା ଆଞ୍ଚଳିକ ପାଣିପାଗ ବିଭାଗ । ରାଜ୍ୟର ୧୭ଟି ଜିଲ୍ଲାରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ କାଳବୈଶାଖୀ ଜନିତ ଘୂର୍ଣ୍ଣିଝଡ଼ ସହ କୁଆ ବର୍ଷା ହେବାର ପୂର୍ବାନୁମାନ କରିଛି ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କାର୍ଯ୍ୟାଳୟ ।
ପାଣିପାଗ ବିଭାଗ ଟ୍ୱିଟ୍ କରି ସତର୍କ ସୂଚନାରେ କହିଛି କି, ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଅର୍ଥାତ ବୁଧବାର ଅପରାହ୍ନ ସୁଦ୍ଧା ରାଜ୍ୟର ଗଜପତି, କନ୍ଧମାଳ, ଗଞ୍ଜାମ, ନୟାଗଡ଼, ପୁରୀ, ଖୋର୍ଦ୍ଧା, ଜଗତସିଂହପୁର, କଟକ, ଢ଼େଙ୍କାନାଳ, ଅନୁଗୁଳ, କେନ୍ଦ୍ରାପଡ଼ା, ଯାଜପୁର, ଭଦ୍ରକ, ଦେବଗଡ଼, କେନ୍ଦୁଝର, ବାଲେଶ୍ୱର ଏବଂ ମୟୂରଭଞ୍ଜ ଭଳି ଜିଲ୍ଲା ଗୁଡ଼ିକରେ ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନା ରହିଛି ।
ଅନ୍ୟପଟେ କେନ୍ଦୁଝର, ମୟୂରଭଞ୍ଜ, ଢ଼େଙ୍କାନାଳ, ଅନୁଗୁଳ, ଦେବଗଡ଼ ଓ କନ୍ଧମାଳ ଜିଲ୍ଲାରେ ଘଣ୍ଟାପ୍ରତି ୩୦ରୁ ୪୦ କିଲୋମିଟର ବେଗରେ ପବନ ବହିବା ସହ କାଳବୈଶାଖୀ ସହ କୁଆପଥର ବର୍ଷା ହେବାର ସମ୍ଭାବନା ରହିଛି । ତେଣୁ ପରିସ୍ଥିତିକୁ ଦୃଷ୍ଟିରେ ରଖି ଉପରୋକ୍ତ ଜିଲ୍ଲା ପାଇଁ ୟେଲୋ ଓ୍ଵାର୍ଣ୍ଣିଂ ଜାର କରିଛି ପାଣିପାଗ ବିଭାଗ।
Follow Us