୨୪ ଘଣ୍ଟା ପାଇଁ ୬ ଜିଲ୍ଲାକୁ ସତର୍କ ଘଣ୍ଟି! ପ୍ରବଳ ବର୍ଷା ଓ ବଜ୍ରପାତ ବିପଦ ଥିବା ନେଇ ୟେଲୋ ୱାର୍ଣ୍ଣିଂ ଜାରି । ପଢ଼ନ୍ତୁ କେଉଁ କେଉଁ ଜିଲ୍ଲାକୁ ସତର୍କ କରାଇଲା ପାଣିପାଗ ବିଭାଗ ।

428

କନକ ବ୍ୟୁରୋ: ୬ ଜିଲ୍ଲାକୁ ସତର୍କ ଘଣ୍ଟି । ଆସନ୍ତାକାଲି ସୁଦ୍ଧା ରାଜ୍ୟର ୬ ଜିଲ୍ଲାକୁ ସତର୍କ ରହିବାକୁ ଆଞ୍ଚଳିକ ପାଣିପାଗ କେନ୍ଦ୍ରର ପରାମର୍ଶ । କାଲି ସୁଦ୍ଧା ରାଜ୍ୟର ମାଲକାନଗିରି, ନୂଆପଡ଼ା, କେନ୍ଦୁଝର, ମୟୂରଭଞ୍ଜ, ବରଗଡ଼ ଏବଂ ବଲାଙ୍ଗୀର । ତେବେ ଏହି ସବୁ ଜିଲ୍ଲାଗଡ଼ିକୁ ୟେଲୋ ୱାର୍ଣ୍ଣିଂ ଜାରି କରି ସତର୍କ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର ।

ସେପଟେ ଅନୁଗୁଳ, ଢ଼େଙ୍କାନାଳ, କେନ୍ଦୁଝର ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତସିଂହପୁର, ଖୋର୍ଦ୍ଧା, କଟକ ଏବଂ ପୁରୀ ଭଳି ଜିଲ୍ଲାକୁ ବଜ୍ରପାତ ବିପଦଥିବା ନେଇ ମଧ୍ୟ ଆଶଙ୍କା କରିଛି ପାଣିପାଗ କେନ୍ଦ୍ର । ତେବେ ଏହି ଜିଲ୍ଲା ଗୁଡ଼ିକୁ ମଧ୍ୟ ଆସନ୍ତାକାଲି ସୁଦ୍ଧା ସତର୍କ ରହିବାକୁ ନେଇ ୟେଲେ ୱାର୍ଣ୍ଣିଂ ଜାରି କରାଯାଇଛି ।