କନକ ବ୍ୟୁରୋ: ୫ ଜିଲ୍ଲାକୁ ସତର୍କ ଘଣ୍ଟି । ଆସନ୍ତାକାଲି ସୁଦ୍ଧା ରାଜ୍ୟର ୫ ଜିଲ୍ଲାକୁ ସତର୍କ ରହିବାକୁ ଆଞ୍ଚଳିକ ପାଣିପାଗ କେନ୍ଦ୍ରର ପରାମର୍ଶ । କାଲି ସୁଦ୍ଧା ରାଜ୍ୟର ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଜପତି ଏବଂ କନ୍ଧମାଳ ଭଳି ଜିଲ୍ଲାରେ ପ୍ରବଳ ବର୍ଷା ସହ ବଜ୍ରପାତ ବିପଦଥିବା ପୂର୍ବାନୁମାନ କରି ଏହି ସବୁ ଜିଲ୍ଲାଗଡ଼ିକୁ ୟେଲୋ ୱାର୍ଣ୍ଣିଂ ଜାରି କରି ସତର୍କ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର ।
Weather Forecast & Warning:-
(Valid up to 0830 hrs IST of 26.09.2020) pic.twitter.com/CEIYljxO80— Meteorological Centre, Bhubaneswar (@mcbbsr) September 25, 2020
ସେପଟେ ବାଲେଶ୍ୱର, ଭଦ୍ରକ, କଟକ, ଜଗତସିଂହପୁର, ଯାଜପୁର, କେନ୍ଦ୍ରାପଡ଼ା, ଗଜପତି, ଗଞ୍ଜାମ, ଖୋର୍ଦ୍ଧା, ପୁରୀ, ନୟାଗଡ଼, କନ୍ଧମାଳ, କଳାହାଣ୍ଡି, ଅନୁଗୁଳ, ଢ଼େଙ୍କାନାଳ, କେନ୍ଦୁଝର ଏବଂ ମୟୂରଭଞ୍ଜ, ଭଳି ଜିଲ୍ଲାକୁ ବଜ୍ରପାତ ବିପଦଥିବା ନେଇ ମଧ୍ୟ ଆଶଙ୍କା କରିଛି ପାଣିପାଗ କେନ୍ଦ୍ର । ତେବେ ଏହି ଜିଲ୍ଲା ଗୁଡ଼ିକୁ ମଧ୍ୟ ଆସନ୍ତାକାଲି ସୁଦ୍ଧା ସତର୍କ ରହିବାକୁ ନେଇ ୟେଲେ ୱାର୍ଣ୍ଣିଂ ଜାରି କରାଯାଇଛି ।