କାଲି ସୁଦ୍ଧା ସତର୍କ ରୁହ ୧୦ ଜିଲ୍ଲା । ବର୍ଷା ଓ ବଜ୍ରପାତ ବିପଦ ନେଇ ପାଣିପାଗ କେନ୍ଦ୍ରର ପୂର୍ବାନୁମା, ପଢ଼ନ୍ତୁ କେଉଁ କେଉଁ ଜିଲ୍ଲାପାଇଁ ୟେଲୋ ୱାର୍ଣ୍ଣିଂ ଜାରି…

4,567

କନକ ବ୍ୟୁରୋ: ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ୧୦ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ସତର୍କତା ଜାରି କଲା ଆଞ୍ଚଳିକ ପାଣିପାଗ ବିଭାଗ । ରାଜ୍ୟର ୧୦ଟି ଜିଲ୍ଲାରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ପୂର୍ବାନୁମାନ କରିଛି ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କାର୍ଯ୍ୟାଳୟ । ତେବେ ଏହି ଜିଲ୍ଲାଗୁଡ଼ିକ ମଧ୍ୟରେ ଗଞ୍ଜାମ, ପୁରୀ, ଗଜପତି, ଜଗତସିଂହପୁର, ରାୟଗଡ଼ା, ନବରଙ୍ଗପୁର, କନ୍ଧମାଳ, କଳାହାଣ୍ଡି, ସମ୍ବଲପୁର ଏବଂ ଦେବଗଡ଼ ଭଳି ଜିଲ୍ଲା ଗୁଡ଼ିକ ରହିଛି ।

ସେପଟେ କୋରାପୁଟ ଏବଂ ମାଲକାନଗିରି ଭଳି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷାର ସମ୍ଭାବନା ରହିଛି । ତେଣୁ ଏହି ଦୁଇ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ କାଟାଗୋରୀରେ ରଖିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର ।