୨୪ ଘଣ୍ଟା ପାଇଁ ୧୦ ଜିଲ୍ଲାକୁ ସତର୍କ ଘଣ୍ଟି! ପ୍ରବଳରୁ ଅତି ପ୍ରବଳ ବର୍ଷା ଓ ବଜ୍ରପାତ ବିପଦ ଥିବା ନେଇ ଅରେଞ୍ଜ ୱାର୍ଣ୍ଣିଂ ଜାରି । ପଢ଼ନ୍ତୁ କେଉଁ କେଉଁ ଜିଲ୍ଲାକୁ ସତର୍କ କରାଇଲା ପାଣିପାଗ ବିଭାଗ ।

878

କନକ ବ୍ୟୁରୋ: ୧୦ ଜିଲ୍ଲାକୁ ସତର୍କ ଘଣ୍ଟି । ଆସନ୍ତାକାଲି ସୁଦ୍ଧା ରାଜ୍ୟର ୧୦ ଜିଲ୍ଲାକୁ ସତର୍କ କରାଇ ଅରେଞ୍ଜ ୱାର୍ଣ୍ଣିଂ ଜାରି କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ରର ପରାମର୍ଶ । କାଲିସୁଦ୍ଧା ରାଜ୍ୟର ବରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ଦେବଗଡ଼, ସୁନ୍ଦରଗଡ଼, ନୂଆପଡ଼ା, ବଲାଙ୍ଗୀର, ସୋନପୁର, ବୌଦ୍ଧ ଏବଂ ଅନୁଗୁଳ ଜିଲ୍ଳା ଗୁଡ଼ିକରେ ବର୍ଷା ଓ ବଜ୍ରପାତ ବିପଦଥିବା ନେଇ ପୂର୍ବାନୁମାନ କରିଛି ପାଣିପାଗ କେନ୍ଦ୍ର ।

ଅନ୍ୟପଟେ ରାଜ୍ୟର ୧୧ ଜିଲ୍ଲାକୁ ପ୍ରବଳ ବର୍ଷା ହେବାର ସମ୍ଭାନା ରହିଥିବା ପୂର୍ବାନୁମାନ କରିଛି ପାଣିପାଗ କେନ୍ଦ୍ର । ଏହିସବୁ ଜିଲ୍ଲାଗୁଡ଼ିକ ହେଲା, କଳାହାଣ୍ଡି, ନବରଙ୍ଗପୁର, କଟକ, ଢ଼େଙ୍କାନାଳ, ଖୋର୍ଦ୍ଧା, ଜଗତସିଂହପୁର, କେନ୍ଦ୍ରାପଡ଼ା, ଯାଜପୁର, ଭଦ୍ରକ, କେନ୍ଦୁଝର ଏବଂ ବାଲେଶ୍ୱର ଜିଲ୍ଲାକୁ ଆସନ୍ତାକାଲି ସୁଦ୍ଧା ସତର୍କ ରହିବାକୁ ନେଇ ୟେଲେ ୱାର୍ଣ୍ଣିଂ ଜାରି କରାଯାଇଛି ।