କାଲି ସୁଦ୍ଧା ସତର୍କ ରୁହ! ଆସନ୍ତା ୨୪ ଘଣ୍ଟା ମଧ୍ୟରେ ୧୦ ଜିଲ୍ଲାକୁ ସତର୍କ ଘଣ୍ଟି, ବର୍ଷା ଓ ବଜ୍ରପାତ ନେଇ ଏହି ସବୁ ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କଲା ଆଞ୍ଚଳିକ ପାଣିପାଗ ବିଭାଗ ।

Advertisment
କାଲି ସୁଦ୍ଧା ସତର୍କ ରୁହ! ଆସନ୍ତା ୨୪ ଘଣ୍ଟା ମଧ୍ୟରେ ୧୦ ଜିଲ୍ଲାକୁ ସତର୍କ ଘଣ୍ଟି, ବର୍ଷା ଓ ବଜ୍ରପାତ ନେଇ ଏହି ସବୁ ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କଲା ଆଞ୍ଚଳିକ ପାଣିପାଗ ବିଭାଗ ।

କନକ ବ୍ୟୁରୋ: ଆସନ୍ତା ୨୪ ଘଣ୍ଟା ମଧ୍ୟରେ, ଅର୍ଥାତ୍‌ ଗୁରୁବାର ମଧ୍ୟାହ୍ନ ସୁଦ୍ଧା ରାଜ୍ୟର ଅନୂନ୍ୟ ୧୪ଟି ଜିଲ୍ଲରେ କାଳବୈଶାଖୀ ଜନିତ ଘୂର୍ଣ୍ଣିଝଡ଼ ସହ ବିଜୁଳି, ଘଡ଼ଘଡ଼ି ଓ କୁଆପଥର ବର୍ଷା ପବନର ସମ୍ଭାବନା ରହିଛି। ତେବେ, ଏଥିମଧ୍ୟରୁ ୧୦ଟି ଜିଲ୍ଲାରେ ଏହି ସମୟ ମଧ୍ୟରେ କାଳବୈଶାଖୀର ଅଧିକ ପ୍ରଭାବ ଦେଖିବାକୁ ମିଳିବାର ସମ୍ଭାବନା ରହିଛି। ତେଣୁ, ଏହାକୁ ଦୃଷ୍ଟିରେ ରଖି ଭାରତୀୟ ପାଣିପାଗ ବିଭାଗର ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ କାର୍ଯ୍ୟାଳୟ ପକ୍ଷରୁ ରାଜ୍ୟର ୧୦ଟି ଜିଲ୍ଲା ପାଇଁ ଆସନ୍ତାକାଲି ମଧ୍ୟାହ୍ନ ପର୍ଯ୍ୟନ୍ତ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି।

ଭୁବନେଶ୍ୱର ସ୍ଥିତ ପାଣିପାଗ କାର୍ଯ୍ୟାଳୟ ପକ୍ଷରୁ ଜାରି ସୂଚନାରେ କୁହାଯାଇଛି ଯେ ଏହି ସମୟ ମଧ୍ୟରେ ରାଜ୍ୟର ଦକ୍ଷିଣ ଆଭ୍ୟନ୍ତର, ଉତ୍ତର ଆଭ୍ୟନ୍ତର ଓ ଉପକୂଳ ସମେତ ନବରଙ୍ଗପୁର, କୋରାପୁଟ, ନୂଆପଡ଼ା, କଳାହାଣ୍ଡି, ବଲାଙ୍ଗୀର, କନ୍ଧମାଳ, ବୌଦ୍ଧ, ଗଞ୍ଜାମ, ସୋନପୁର, ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ ଓ ଅନୁଗୁଳ ଜିଲ୍ଲାର ବହୁ ସ୍ଥାନରେ କାଳବୈଶାଖୀର ପ୍ରଭାବ ଅନୁଭୂତ ହେବ ।

ବିଶେଷ ଭାବେ ଏହି ସମୟ ମଧ୍ୟରେ ନବରଙ୍ଗପୁର, କୋରାପୁଟ, ନୂଆପଡ଼ା, କଳାହାଣ୍ଡି, ବଲାଙ୍ଗୀର, କନ୍ଦମାଳ, ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ ଓ ବାଲେଶ୍ୱର ପ୍ରମୁଖ ୧୦ଟି ଜିଲ୍ଲାରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଘଣ୍ଟାପ୍ରତି ୩୦ରୁ ୪୦ କିଲୋମିଟର ବେଗରେ ପବନ ବହିବା ସହ କାଳବୈଶାଖୀ ଜନିତ ପ୍ରବଳ ଘୂର୍ଣ୍ଣିଝଡ଼ ସହ ବିଜୁଳି, ଘଡ଼ଘଡ଼ି ଓ କୁଆପଥର ବର୍ଷା ପବନର ହେବାର ସମ୍ଭାବନା ରହିଛି । ସେଥିପାଇଁ ଆଗାମୀ ୨୪ ଘଣ୍ଟା ପର୍ଯ୍ୟନ୍ତ  ୧୦ଟି ଜିଲ୍ଲା ପାଇଁ ୟେଲୋ ବା ହଳଦିଆ ଓ୍ଵାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe