ପାର୍ବଣ ପୂର୍ବରୁ ଭିଜିବ ଓଡ଼ିଶା ! ବଙ୍ଗୋପସାଗରେ ଲଘୁଚାପ, ପାଣିପାଗ ବିଭାଗର ସୂଚନା, ୧୦ରୁ ଓଡିଶାର ବିଭିନ୍ନ ସ୍ଥାନରେ ବର୍ଷା ।

62

କନକ ବ୍ୟୁରୋ : ଆସୁଛି ବର୍ଷା । ପାର୍ବଣ ପୂର୍ବରୁ ଭିଜିବ ଓଡିଶା । ବଙ୍ଗୋପସାଗରରେ ଏକ ଲଘୁଚାପ ସୃଷ୍ଟି ହୋଇଥିବାରୁ ଏହି ଆଶଙ୍କା କରିଛି ଭାରତୀୟ ପାଣିପାଗ ବିଭାଗ । ଦକ୍ଷିଣ ପୂର୍ବ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଆଗାମୀ ୧୨ଘଂଟା ମଧ୍ୟରେ ୱେଲମାର୍କର ରୂପ ନେବାର ସମ୍ଭାବନା ରହିିଥିବା ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ଏବଂ ୨୪ ଘଂଟାରେ ଏହା ଡିପ୍ରେସନର ରୂପ ନେବାର ସମ୍ଭାବନା ରହିଛି ।

ଏହି ଲଘୁଚାପ ଉତ୍ତର ପଶ୍ଚିମ ଦିଗକୁ ଗତି କରି ୭୨ ଘଂଟା ଭିତରେ ଓଡିଶା ଉପକୂଳକୁ ଛୁଇଁବ । ଏବଂ ଏହାର ପ୍ରଭାବରେ ୧୦ ତାରିଖରୁ ଓଡିଶାର ବିଭିନ୍ନ ସ୍ଥାନରେ ବର୍ଷା ହେବାର ସମ୍ଭାବନା ରହିଛି । ଅକ୍ଟୋବର ୧୩ ତାରିଖ ପର୍ଯ୍ୟନ୍ତ ଏହାର ପ୍ରଭାବ ଜାରି ରହିବ ବୋଲି ଅନୁମାନ କରିଛି ଭାରତୀୟ ପାଣିପାଗ ବିଭାଗ । ଏହି ସମୟରେ ସମୁଦ୍ର ଅଶାନ୍ତ ରହିବ । ତେଣୁ ସମୁଦ୍ର ଭିତରକୁ ନଯିବାକୁ ମତ୍ସ୍ୟଜୀବିଙ୍କୁ ବାରଣ କରିଛି ଭାରତୀୟ ପାଣିପାଗ ବିଭାଗ ।