୧୩ରେ ଆଉ ଏକ ଲଘୁଚାପ । ପ୍ରଭାବରେ ରାଜ୍ୟରେ ମୌସୁମୀ ଅଧିକ ସକ୍ରିୟ ହେବ ଓ ଅଧିକାଂଶ ଜିଲ୍ଲାରେ ବର୍ଷା ହେବ,ଅତିପ୍ରବଳ ବର୍ଷାର ସମ୍ଭାବନା ନାହିଁ

୨୧ରୁ ଓଡ଼ିଶାରେ ବର୍ଷା : ଘନ କୁହୁଡ଼ି ହେବାର ଆଶଙ୍କା, ୟେଲୋ ୱାର୍ଣ୍ଣିଂ ଜାରି

କନକ ବ୍ୟୁରୋ :ଆସନ୍ତା ୧୩ ତାରିଖରେ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଓ ଏହାର ସଂଲଗ୍ନ ଅଞ୍ଚଳରେ ଏକ ଲଘୁଚାପ ବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି । ଏହାର ପ୍ରଭାବରେ ରାଜ୍ୟରେ ମୌସୁମୀ ଅଧିକ ସକ୍ରିୟ ହେବ ଓ ଅଧିକାଂଶ ଜିଲ୍ଲାରେ ବର୍ଷା ହେବ। ମାତ୍ର ଅତିପ୍ରବଳ ବର୍ଷା ହେବାର ସମ୍ଭାବନା ନାହିଁ। ମୌସୁମୀ ଅଧିକ ସକ୍ରିୟ ହୋଇ ବର୍ଷା ହେବାର ସମ୍ଭାବନା ଥିବାରୁ ଏହାକୁ ଲଘୁଚାପଜନିତ ବର୍ଷା ନୁହେଁ ବରଂ ମୌସୁମୀ ବର୍ଷା କୁହାଯିବ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ କୁହାଯାଇଛି।

କେନ୍ଦ୍ରର ନିର୍ଦ୍ଦେଶକ ଏଚ୍‌ ଆର୍‌ ବିଶ୍ବାସ କହିଛନ୍ତି, ଗତକାଲି ବଙ୍ଗୋପସାଗର ଓ ସଂଲଗ୍ନ ଓଡ଼ିଶା ଉପକୂଳରେ ରହିଥିବା ଲଘୁଚାପ ବଳୟ ଏବେ ଉତ୍ତର-ପୂର୍ବ ମଧ୍ୟପ୍ରଦେଶ ଓ ସଂଲଗ୍ନ ଅଞ୍ଚଳ ଉପରେ ରହିଛି। ଏହା ସହ ଜଡ଼ିତ ଘୂର୍ଣ୍ଣିବଳୟଟି ବର୍ତ୍ତମାନ ସମୁଦ୍ର ପତ୍ତନଠାରୁ ୨.୧ କିମି ଉଚ୍ଚତା ପର୍ଯ୍ୟନ୍ତ ପରିବ୍ୟାପ୍ତ। ଲଘୁଚାପ ଓଡ଼ିଶା ଉପକୂଳରୁ ଦୂରେଇ ଯାଇଥିବାରୁ ଏବେ ରାଜ୍ୟରେ ଅତିପ୍ରବଳ ବର୍ଷାର ସମ୍ଭାବନା ଆଉ ନାହିଁ। କିନ୍ତୁ ରାଜ୍ୟରେ ମୌସୁମୀ ସକ୍ରିୟ ଥିବାରୁ ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି।
ରାଜ୍ୟର କେ‌ତେକ ଅଞ୍ଚଳରେ ସାମାନ୍ୟରୁ ମଧ୍ୟମ ଧରଣର ବର୍ଷା ହେବା ସହ ଦକ୍ଷିଣ ଓଡ଼ିଶାର ଅନେକ ସ୍ଥାନରେ ବର୍ଷା ହେବାର ସମ୍ଭାବନା ରହିଛି। ଆସନ୍ତାକାଲି ରାଜ୍ୟର କିଛି ଅଞ୍ଚଳରେ ସ୍ବଳ୍ପରୁ ମଧ୍ୟମ ଧରଣର ବର୍ଷା ହେବ ଓ ସୁନ୍ଦରଗଡ଼, ଦେଗବଡ଼ ଓ ମାଲକାନଗିରିରେ ପ୍ରବଳ ବର୍ଷା ହେବାର ସମ୍ଭ‌ାବନା ରହିଛି। ୧୨ ତାରିଖ ଦିନ ଅନୁଗୁଳ, ଢେଙ୍କାନାଳ, କେନ୍ଦୁଝର, କେନ୍ଦ୍ରାପଡ଼ା, ଜଗତସିଂହପୁର, ଭଦ୍ରକ ଓ ଯାଜପୁରରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏଥିପାଇଁ କେନ୍ଦ୍ର ପକ୍ଷରୁ ଏହି ସବୁ ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ୧୩ ତାରିଖ ଦିନ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଓ ଏହାର ସଂଲଗ୍ନ ଅଞ୍ଚଳରେ ଏକ ଲଘୁଚାପ ବଳୟ ସୃଷ୍ଟି ହେବ। ଏହା ଅଧିକ ଶକ୍ତିଶାଳୀ ହେବନି। କିନ୍ତୁ ଏହା ମୌସୁମୀକୁ ଆହୁରି ସକ୍ରିୟ କରିବ। ଏହାର ପ୍ରଭାବରେ ରାଜ୍ୟରେ ଅନେକ ସ୍ଥାନରେ ବର୍ଷା ହେବା ସହ ଏହାର ପରିମାଣ ବଢ଼ିବ।
ସମ୍ବଲପୁର, ଅନୁଗୁଳ, ଝାରସୁଗୁଡ଼ା, ବରଗଡ଼, ଦେବଗଡ଼, ସୁନ୍ଦରଗଡ଼, ମାଲକାନଗିରି, କୋରାପୁଟ ଓ ନବରଙ୍ଗପୁର ଆଦି ଜିଲ୍ଲାରେ ୧୩ ତାରିଖ ଦିନ ପ୍ରବଳ ବର୍ଷିବ। ୧୪‌ ତାରିଖ ଦିନ ମଧ୍ୟ ନୂଆପଡ଼ା, ବଲାଙ୍ଗୀର, ସୋନପୁର, ବରଗଡ଼, କଳାହାଣ୍ଡି, ଝାରସୁଗୁଡ଼ା ଓ ସୁନ୍ଦରଗଡ଼ ଆଦି ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏଥିପାଇଁ କେନ୍ଦ୍ର ପକ୍ଷରୁ ଉଭୟ ଦିନ ପାଇଁ ସଂପୃକ୍ତ ଜିଲ୍ଲାଗୁଡ଼ିକ ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଥିବା ଶ୍ରୀ ବିଶ୍ବାସ କହିଛନ୍ତି। ଗତ ୨୪ ଘଣ୍ଟା ମଧ୍ୟରେ କେନ୍ଦୁଝର, ଗଜପତି ଓ ଗଞ୍ଜାମରେ ପ୍ରବଳ ବର୍ଷା ହୋଇଯାଇଛି। ଏଥିସହ ରାଜ୍ୟର ଅଧିକ‌ାଂଶ ସ୍ଥାନରେ ସାମାନ୍ୟରୁ ମଧ୍ୟମ ଧରଣର ବର୍ଷା ହୋଇଯାଇଛି।
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe