କନକ ବ୍ୟୁରୋ : ଗତ ଦୁଇ ଦିନ ହେଲା ରାଜ୍ୟର ଅନେକ ସ୍ଥାନରେ ତାପମାତ୍ରା କମିଛି । ଗତକାଲି ମାଲକାନଗିରିକୁ ଛାଡ଼ି ଦେଲେ ରାଜ୍ୟର ବାକି ସବୁ ସ୍ଥାନର ତାପମାତ୍ରା ୪୦ ଡିଗ୍ରି ତଳେ ରହିଥିଲା । ଆସନ୍ତା ଦିନରେ ମଧ୍ୟ ତାପମାତ୍ରା ବିଶେଷ ବଢ଼ିବାର ଆଶଙ୍କା ନାହିଁ । ରାଜ୍ୟର ଅଧିକାଂଶ ସ୍ଥାନରେ ପାଗ ମେଘୁଆ ରହିବା ସହ କାଳବୈଶାଖୀ ବର୍ଷା ହେବାର ସମ୍ଭାବନା ରହିଛି। ତେଣୁ ରାଜ୍ୟର ସର୍ବୋଚ୍ଚ ଓ ସର୍ବନିମ୍ନ ତାପମାତ୍ରା ଖସିବାର ସମ୍ଭାବନା ରହିଛି ।
ବିଶିଷ୍ଟ ପାଣିପାଗ ବିଜ୍ଞାନ ବିଶେଷଜ୍ଞ ସୁରେନ୍ଦ୍ରନାଥ ପଶୁପାଳକଙ୍କ ଆକଳନ ଅନୁଯାୟୀ, ୭ରୁ ୯ତାରିଖ ମଧ୍ୟରେ ରାଜ୍ୟର ଅନେକ ସ୍ଥାନରେ ପାଗ ମେଘୁଆ ରହିବା ସହ ବର୍ଷା ସମ୍ଭାବନା ରହିଛି। ଏହି ସମୟରେ ତାପମାତ୍ରା କମିବ ଓ ତା’ ପରେ ବଢ଼ିବ। ୭ ତାରିଖରେ କେନ୍ଦ୍ରୀୟ ବଙ୍ଗୋପସାଗରରେ ଏକ ଗୁରୁଚାପ ବଳୟ ସୃଷ୍ଟି ହେବାର ସମ୍ଭାବନା ଅଛି। ଏଥିଯୋଗୁଁ ରାଜ୍ୟକୁ ବଙ୍ଗୋପସାଗରୀୟ ପବନ ବୋହିବ। ଫଳରେ କାଳବୈଶାଖୀ ବର୍ଷା ହେବାର ସମ୍ଭାବନା ରହିଛି। ଆସନ୍ତାକାଲି ରାଜ୍ୟର ଅନେକ ସ୍ଥାନରେ ସର୍ବାଧିକ ତାପମାତ୍ରା ୨ ଡିଗ୍ରି ବଢ଼ିବ। ଅଳ୍ପ କେତେକ ସ୍ଥାନରେ ତାପମାତ୍ରା ୪୦ ଡିଗ୍ରି ଅତିକ୍ରମ କରିବ। ଭୁବନେଶ୍ବର ସମେତ ଏହାର ସଂଲଗ୍ନ ଅଞ୍ଚଳରେ ୬ ଓ ୭ଦିନ ତାପମାତ୍ରା ୨ ଡିଗ୍ରି ବଢ଼ିବ। ତା’ପରେ ବିଶେଷ ବଢ଼ିବ ନାହିଁ। ଆସନ୍ତା ୧୭ ତାରିଖ ପର୍ଯ୍ୟନ୍ତ ତାପମାତ୍ରା ୩୭ରୁ ୩୮ ଡିଗ୍ରି ମଧ୍ୟରେ ରହିବ।
/kanak/media/agency_attachments/2024-07-23t061209958z-vpn68eiq1eknckql8r0y.jpg)
/kanak/media/post_attachments/wp-content/uploads/2020/04/Thunder-storm.jpg)