ଆଜି ଅପରାହ୍ନରେ ବଦଳିଯିବ ପାଗ ! ୮ ଜିଲ୍ଲାରେ କାଳବୈଶାଖୀ ଆଶଙ୍କା : ଅରେଞ୍ଜ ୱାର୍ଣ୍ଣିଂ ଜାରି, ସତର୍କ ରହିବାକୁ ପରାମର୍ଶ

Advertisment
ଆଜି ଅପରାହ୍ନରେ ବଦଳିଯିବ ପାଗ ! ୮ ଜିଲ୍ଲାରେ କାଳବୈଶାଖୀ ଆଶଙ୍କା : ଅରେଞ୍ଜ ୱାର୍ଣ୍ଣିଂ ଜାରି, ସତର୍କ ରହିବାକୁ ପରାମର୍ଶ

କନକ ବ୍ୟୁରୋ: ଆଜି ସକାଳ ଖରାରୁ ଆରମ୍ଭ ହେବ। କିନ୍ତୁ ଅପରାହ୍ଣରେ ପାଗ ବଦଳିଯିବ। କାଳବୈଶାଖୀ ହେବାର ସମ୍ଭାବନା ରହିଛି। ଏହି ସମୟରେ ଘଣ୍ଟାପ୍ରତି ୫୦ କିମିରୁ ଅଧିକ ବେଗରେ ପବନ ହେବ ବୋଲି ପୂର୍ବାନୁମାନ କରାଯାଉଛି। କିଛି କିଛି ସ୍ଥାନରେ ପବନର ବେଗ ୬୦ ବି ଛୁଇଁବ। ବିଜୁଳି, ଘଡ଼ଘଡ଼ିର ପ୍ରକୋପ ଦେଖିବାକୁ ମିଳିବ। କିଛି ସ୍ଥାନରେ କୁଆପଥର ମାଡ଼ର ବି ଆଶଙ୍କା ଅଛି। ରାଜ୍ୟର କିଛି ଜିଲ୍ଲାରେ କାଳବୈଶାଖୀ ତାର ତାଣ୍ଡବ ରଚାଇବ ବୋଲି ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ ବିଭାଗ। ଏଥି ପାଇଁ କେନ୍ଦ୍ର ପକ୍ଷରୁ ସବୁ ଜିଲ୍ଲାକୁ ଅରେଞ୍ଜ୍ ୱାର୍ଣ୍ଣିଂ ଜାରି କରାଯାଇଛି।

କାଳବୈଶାଖୀର ପ୍ରଭାବ ୮ଟି ଜିଲ୍ଲାରେ ସର୍ବାଧିକ ଅନୁଭୂତ ହୋଇପାରେ। ଏହି ଜିଲ୍ଲାଗୁଡ଼ିକ ହେଲା କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ବର, ଯାଜପୁର, ଭଦ୍ରକ, କଟକ, କେନ୍ଦ୍ରାପଡ଼ା ଓ ଢେଙ୍କାନାଳ। ଏସବୁ ସ୍ଥାନରେ ବର୍ଷା ସହ ଘଣ୍ଟା ପ୍ରତି ୫୦ରୁ ୬୦ କିମି ବେଗରେ ପବନ ବହିବାର ଆଶଙ୍କା ରହିଛି। ମୟୂରଭଞ୍ଜ, ବାଲେଶ୍ବର, ଭଦ୍ରକ, ଯାଜପୁର ଆଦି ଜିଲ୍ଲାର କିଛି ସ୍ଥାନରେ କୁଆପଥର ବର୍ଷା ହେବ। ସୁନ୍ଦରଗଡ଼, ଦେବଗଡ଼, ଝାରସୁଗୁଡ଼ା, ଅନୁଗୁଳ, ନୟାଗଡ଼, ଖୋର୍ଧା, ଗଞ୍ଜାମ, ପୁରୀ ଓ ଜଗତସିଂହପୁର ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ବିଜୁଳି, ଘଡ଼ଘଡ଼ି ସହ ୩୦ରୁ ୪୦ କିମି ବେଗରେ ପବନ ବହିବ ବୋଲି ପୂର୍ବାନୁମାନ କରାଯାଇଛି।

୨୨ ତାରିଖରେ ବି କାଳବୈଶାଖୀ ପ୍ରଭାବରୁ ମୁକ୍ତି ମିଳିବନି। ତେବେ ସେଦିନ ପୂରା ଓଡ଼ିଶା ନୁହେଁ, ନିର୍ଦ୍ଦିଷ୍ଟ ଭାବେ ୭ଟି ଜିଲ୍ଲା ପ୍ରଭାବିତ ହେବାର ଆଶଙ୍କା ରହିଛି। ଏହି ଜିଲ୍ଲାଗୁଡ଼ିକ ହେଲା ବାଲେଶ୍ବର, ଭଦ୍ରକ, ମୟୂରଭଞ୍ଜ, କେନ୍ଦ୍ରାପଡ଼ା, ଗଞ୍ଜାମ, କନ୍ଧମାଳ, କୋରାପୁଟ। ୨୩ ତାରିଖରେ ରାଜ୍ୟରେ ପାଗ ସମ୍ପୂର୍ଣ୍ଣ ଶୁଖିଲା ରହିବ ଓ ୨୪ ତାରିଖ ଆଡ଼କୁ ପୁଣି କାଳବୈଶାଖୀ ବର୍ଷା ହେବ ବୋଲି ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି। ଲଗାତାର ଭାବେ କାଳବୈଶାଖୀ ହେବାର ପୂର୍ବାନୁମାନ କରାଯାଉ ବେଳେ ଆସନ୍ତା ୨୯ ତାରିଖ ବେଳକୁ ଦକ୍ଷିଣ ପୂର୍ବ ବଙ୍ଗୋପସାଗରରେ ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ଅଛି ବୋଲି ପାଣିପାଗ ବିଶେଷଜ୍ଞମାନେ ଆକଳନ କରିଛନ୍ତି। ତେବେ ଏହି ଲଘୁଚାପର ପ୍ରଭାବ ଓଡ଼ିଶା ଉପରେ ରହିବ କି ନାହିଁ ସେ ନେଇ ଏଯାଏ କୌଣସି ସ୍ପଷ୍ଟ ଚିତ୍ର ଆସିନାହିଁ। ଲଘୁଚାପ ସୃଷ୍ଟି ହେବା ପରେ ହିଁ ଏହା ଜଣାପଡ଼ିବ ବୋଲି କୁହାଯାଇଛି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe