ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା ! ଆଜି ୧୩ ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି

863

କନକ ବ୍ୟୁରୋ : ରାଜ୍ୟରେ ବିଭିନ୍ନ ସ୍ଥାନରେ ବର୍ଷା ଜାରି ରହିଛି । ତେବେ ପ୍ରବଳ ବର୍ଷା ହେବା ନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ପାଣିପାଗ ବିଭାଗର ସୂଚନାନୁସାରେ, ରବିବାର ଦିନ କିଛି ସ୍ଥାନରେ ବର୍ଷା ହୋଇଥିବା ବେଳେ ଆଜି ନବରଙ୍ଗପୁର, ନୂଆପଡ଼ା, କଳାହାଣ୍ଡି, ବଲାଙ୍ଗୀର, କନ୍ଧମାଳ, ରାୟଗଡ଼ା, ମାଲକାନଗିରି, କୋରାପୁଟ, ଗଞ୍ଜାମ, ଗଜପତି, କେନ୍ଦୁଝର, ମୟୂରଭଞ୍ଜ ଓ ସୁନ୍ଦରଗଡ଼ ଆଜି ଜିଲ୍ଲାରେ ବର୍ଷା ସମ୍ଭାବନା ରହିଛି । ରାଜ୍ୟରେ ଆସନ୍ତା ୩୦ ତାରିଖ ଯାଏ କିଛି କିଛି ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ଥିବାରୁ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।

ସେହିପରି ବୁଧବାର ବରଗଡ, ସମ୍ବଲପୁର, ସୁନ୍ଦରଗଡ, ଝାରସୁଗୁଡା, ଦେବଗଡ, ଅନୁଗୁଳ, କେନ୍ଦୁଝର, ସୋନପୁର, ବୌଦ୍ଧ, ବଲାଙ୍ଗୀର, ମାଲକାନଗିରି, କୋରାପୁଟ, ମୟୂରଭଞ୍ଜରେ ବର୍ଷା ହେବ । ଗୁରୁବାର ଦିନ ବରଗଡ, ଝାରସୁଗୁଡା, ସୁନ୍ଦରଗଡ, ସମ୍ବଲପୁର, ଦେବଗଡ, ମାଲକାନଗିରି, ରାୟଗଡା, ଗଜପତି, କୋରାପୁଟ, ନୂଆପଡା, ବଲାଙ୍ଗୀର, ସୋନପୁର ଆଦି ଜିଲ୍ଲାର କିଛି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଛି । ତେଣୁ ଏ ସବୁ ଜିଲ୍ଲାରେ ପ୍ରବଳ ବର୍ଷା ନେଇ ପାଣିପାଗ ବିଭାଗ ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।