ଆଜି ୭ ଜିଲ୍ଲାରେ ବର୍ଷା ଆଶଙ୍କା : ଗୋଟିଏ ଦୁଇଟି ସ୍ଥାନରେ କାଳବୈଶାଖୀ ବର୍ଷା ନେଇ ପାଣିପାଗ ବିଭାଗର ପୂର୍ବାନୁମାନ

ବାକି ଜିଲ୍ଲାରେ ଶୁଖିଲା ରହିବ ପାଗ; ୧୨ ତାରିଖ ପରେ ସାରା ରାଜ୍ୟରେ ପୁଣି ବଢ଼ିପାରେ ତାତି

715

କନକ ବ୍ୟୁରୋ : ଆଜି ୭ ଜିଲ୍ଲାରେ ବର୍ଷା ଆଶଙ୍କା । ରାୟଗଡ଼ା, କୋରାପୁଟ, ଗଜପତି,ମୟୂରଭଂଜ, କେନ୍ଦୁଝର, ଭଦ୍ରକ ଓ ବାଲେଶ୍ୱର ଜିଲ୍ଲାରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହେବ । ଗୋଟିଏ ଦୁଇଟି ସ୍ଥାନରେ କାଳବୈଶାଖୀ ବର୍ଷା ନେଇ ପାଣିପାଗ ବିଭାଗର ପୂର୍ବାନୁମାନ କରିଛି । ବାକି ଜିଲ୍ଲାରେ ଗୁଡ଼ିକଲେ ଶୁଖିଲା ରହିବ ପାଗ । ଗତ ୨ଦିନ ହେବ ରାଜ୍ୟର ବିଭିନ୍ନ ସ୍ଥାନରେ କାଳବୈଶାଖୀ ବର୍ଷା ହେଉଥିବାରୁ ତାତିରୁ ସାମାନ୍ୟ ଆଶ୍ୱସ୍ତି ମିଳିିଛି । ରାଜ୍ୟର କୌଣସି ସହରର ସବୋର୍ଚ୍ଚ ତାପମାତ୍ରା ୪୦ ଡିଗ୍ରୀ ଛୁଇଁଁନଥିବା ଭୁବନେଶ୍ୱର ଆଂଚଳିକ ପାଣିପାଗ କେନ୍ଦ୍ର ସୂଚନା ଦେଇଛି ।

ସେହିପରି ଆସନ୍ତାକାଲି ମଧ୍ୟ ରାଜ୍ୟର ବିଭିନ୍ନ ସ୍ଥାନରେ କାଳବୈଶାଖୀ ବର୍ଷା ହେବ ବୋଲି ଭୁବନେଶ୍ୱର ଆଂଚଳିକ ପାଣିପାଗ କେନ୍ଦ୍ର ନିର୍ଦ୍ଦେଶକ ପୂର୍ବାନୁମାନ କରିଛନ୍ତି । ଅପରପକ୍ଷେ ସୋଆ ଜଳବାୟୁ ଓ ପାଣିପାଗ କେନ୍ଦ୍ର ନିର୍ଦ୍ଦେଶକ ଡକ୍ଟର ଶରତ ଚନ୍ଦ୍ର ସାହୁ ପୂର୍ବାନୁମାନ କରିଛନ୍ତି ଯେ ଏବେ କିଛି ଦିନ ରାଜ୍ୟରେ ତାପମାତ୍ରା ବିଶେଷ ବଢ଼ିବନି । ୬ ତାରିଖରେ ରାଜ୍ୟର କିଛି ସ୍ଥାନରେ ବର୍ଷା ହେବାର ସମ୍ଭାବନା ରହିଛି । ହେଲେ ୧୨ ତାରିଖ ପରେ ତାତି ବଢ଼ିବା ନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ ।