ଆଜିଠାରୁ ଗୁରୁବାର ଯାଏଁ ରାଜ୍ୟର ବିଭିନ୍ନ ଜିଲ୍ଲାରେ ଶୀତ ଲହରି ବଢ଼ିବା ସଂଭାବନା : ୩ରୁ ୫ ଡିଗ୍ରୀ ସେଲସିୟସ ପର୍ଯ୍ୟନ୍ତ ତାପମାତ୍ରା କମିବାର ପୂର୍ବାନୁମାନ

ଆଜି ପାଇଁ ୧୬ଟି ଜିଲ୍ଲାରେ ୟେଲୋ ୱାର୍ଣ୍ଣିଂ ଜାରି; ଆଗାମୀ ୫ ଦିନ ଯାଏଁ ଶୁଖିଲା ରହିବ ପାଗ

113

କନକ ବ୍ୟୁରୋ : ଆଜିଠାରୁ ରାଜ୍ୟର ଆସନ୍ତା ଗୁରୁବାର ଯାଏଁ ରାଜ୍ୟର ବିଭିନ୍ନ ଜିଲ୍ଲାରେ ଶୀତ ଲହରି ବଢ଼ିବାର ସଂଭାବନା ରହିଛି । ଗୁରୁବାର ଯାଏଁ କିଛି ସ୍ଥାନରେ ୩ରୁ ୫ ଡିଗ୍ରୀ ସେଲସିୟସ ପର୍ଯ୍ୟନ୍ତ ତାପମାତ୍ରା କମିବାର ପୂର୍ବାନୁମାନ କରିଛି ଭାରତୀୟ ପାଣିପାଗ ବିଭାଗ । ଆଜି ୧୬ଟି ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଥିବା ବେଳେ  ୭ଟି ଜିଲ୍ଲା ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି ।

ଝାରସୁଗୁଡ଼ା, କେନ୍ଦୁଝର, ମୟୁରଭଞ୍ଜ, ଦେବଗଡ଼ ସୁନ୍ଦରଗଡ଼, ବଲାଙ୍ଗିର ଓ କନ୍ଧମାଳ ଜିଲ୍ଲାରେ ଅରେଞ୍ଜ ୱାର୍ଣ୍ଣିଂ । ଅରେଞ୍ଜ ୱାର୍ଣ୍ଣିଂ ଅର୍ଥ ଶୀତ ପାଇଁ ପ୍ରସ୍ତୁତ ରହିବାକୁ ପରାମର୍ଶ ଦିଆଯାଇଛି । ସେହିପରି ସୋନପୁର, ବୌଦ୍ଧ, କଳାହାଣ୍ଡି, ନୂଆପଡ଼ା, ନୟାଗଡ଼, ଖୋର୍ଦ୍ଧା, ବାଲେଶ୍ୱର, ଭଦ୍ରକ, ଯାଜପୁର,  ଢ଼େଙ୍କାନାଳ, କଟକ, କେନ୍ଦ୍ରାପଡ଼ା, ଜଗତସିଂପୁର, ସମ୍ବଲପୁର, ଅନୁଗୁଳ ଏବଂ ବରଗଡ଼ ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ୟେଲୋ ୱାର୍ଣ୍ଣିଂ ଅର୍ଥାତ୍ ପରବର୍ତ୍ତୀ ସୂଚନା ସମ୍ପର୍କରେ ସତର୍କ ରହିବାକୁ ପରାମର୍ଶ ଦିଆଯାଇଛି ।

ସେହିପରି ଆସନ୍ତାକାଲି ଝାରସୁଗୁଡ଼ା, କେନ୍ଦୁଝର, ସୁନ୍ଦରଗଡ଼, ଦେବଗଡ଼, କନ୍ଧମାଳ, ବାଲେଶ୍ୱର, ଭଦ୍ରକ, ଅନୁଗୁଳ ଏବଂ ବୌଦ୍ଧ ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଗୁରୁବାର ଅର୍ଥାତ୍ ୪ ତାରିଖ ପାଇଁ ଝାରସୁଗୁଡ଼ା, କେନ୍ଦୁଝର, ମୟୁରଭଞ୍ଜ, ସୁନ୍ଦରଗଡ଼ ଏବଂ ଦେବଗଡ଼ ଜିଲ୍ଳାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ଶୀତ ଲହରୀ ଅନୁଭୁତ ହେବାର ସଂଭାବନା ରହିଛି । ଏହି ୫ଟି ଜିଲ୍ଳାରେ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।