ବଜ୍ରପାତ ବିପଦ ! ସନ୍ଧ୍ୟା ୬ଟା ସୁଦ୍ଧା ରାଜ୍ୟର ୯ଟି ଜିଲ୍ଲାରେ ଘଡ଼ଘଡ଼ି ସହ କାଳବୈଶାଖୀ ସମ୍ଭାବନା, ସତର୍କ ସୂଚନା ଜାରିକଲା ପାଣିପାଗ କେନ୍ଦ୍ର

560

କନକ ବ୍ୟୁରୋ: ରାଜ୍ୟର ୯ ଜିଲ୍ଲାକୁ ବଜ୍ରପାତ ନେଇ ଆଗୁଆ ସତର୍କ ସୂଚନା ଜାରି କରିଛି ଆଞ୍ଚଳିକ ପାଣିପାଗ ବିଭାଗ । ସନ୍ଧ୍ୟା ୬ଟା ୧୫ ମିନିଟ୍ ମଧ୍ୟରେ ରାଜ୍ୟର ୯ ଟି ଜିଲ୍ଲାରେ ଘଡଘଡି ସହ ବର୍ଷା ହେବାର ପୂର୍ବାନୁମାନ କରି ସତର୍କ ସୂଚନା ଜାରି କରିଛି ଆଞ୍ଚଳିକ ପାଣିପାଗ ବିଭାଗ । ଏହାସହ କାଳବୈଶାଖୀର ଆଶଙ୍କା ରହିଥିବା କହିଛି ପାଣିପାଗ ବିଭାଗ । ତେବେ ଏହି ଜିଲ୍ଲାଗୁଡ଼ିକ ମଧ୍ୟରେ ରହିଛି- କୋରାପୁଟ, ନବରଙ୍ଗପୁର, କନ୍ଧମାଳ, କଳାହାଣ୍ଡି, ରାୟଗଡ଼ା, କେନ୍ଦୁଝର, ଯାଜପୁର, ମୟୁରଭଞ୍ଜ ଓ ବାଲେଶ୍ୱର ଭଳି ଜିଲ୍ଲାକୁ ସନ୍ଧ୍ୟା ୬ଟା ମଧ୍ୟରେ ସତର୍କ ରହିବାକୁ ପରାମର୍ଶ ।


ସେହିପରି ଆଞ୍ଚଳିକ ପାଣିପାଗ କେନ୍ଦ୍ର ସୂଚନା ମୁତାବକ ଓଡ଼ିଶାର କିଛି ସ୍ଥାନରେ ବର୍ଷା ମଧ୍ୟ ହୋଇପାରେ । ତେଣୁ ବଜ୍ରପାତ ବିପଦ ଥିବାରୁ ଏହି ସବୁ ଜିଲ୍ଲାର ଜିଲ୍ଲାପାଳଙ୍କୁ ସତର୍କ କରାଯାଇଛି । ଅନ୍ୟପଟେ ଆଜି ମଧ୍ୟ ରାଜ୍ୟ ବିଭିନ୍ନ ସ୍ଥାନରେ ଗ୍ରୀଷ୍ମ ପ୍ରବାହ ଜାରି ରହିଛି ।