୪ଟି ଜିଲ୍ଲାରେ ଘଡ଼ଘଡ଼ି ସହ କାଳବୈଶାଖୀ ସମ୍ଭାବନା, ସତର୍କ ସୂଚନା ଜାରିକଲା ପାଣିପାଗ କେନ୍ଦ୍ର ।

901

କନକ ବ୍ୟୁରୋ: ରାଜ୍ୟର ୪ଟି ଜିଲ୍ଲାକୁ ବଜ୍ରପାତ ନେଇ ଆଗୁଆ ସତର୍କ ସୂଚନା ଜାରି କରିଛି ଆଞ୍ଚଳିକ ପାଣିପାଗ ବିଭାଗ । ସନ୍ଧ୍ୟା ୬ଟା ୪୫ ମଧ୍ୟରେ ରାଜ୍ୟର ୪ ଟି ଜିଲ୍ଲାରେ ଘଡଘଡି ସହ ବର୍ଷା ହେବାର ପୂର୍ବାନୁମାନ କରି ସତର୍କ ସୂଚନା ଜାରି କରିଛି ଆଞ୍ଚଳିକ ପାଣିପାଗ ବିଭାଗ । ଏହାସହ କାଳବୈଶାଖୀର ଆଶଙ୍କା ରହିଥିବା କହିଛି ପାଣିପାଗ ବିଭାଗ । ତେବେ ଏହି ଜିଲ୍ଲାଗୁଡ଼ିକ ମଧ୍ୟରେ ରହିଛି- ରାୟଗଡ଼ା, କନ୍ଧମାଳ, ଗଜପତି ଓ ଗଞ୍ଜାମ ଭଳି ଜିଲ୍ଲାକୁ ସତର୍କ ରହିବାକୁ ପରାମର୍ଶ ଦେଇଛନ୍ତି ଆଞ୍ଚଳିକ ପାଣିପାଗ କେନ୍ଦ୍ର।

thunderstormସେହିପରି ଆଞ୍ଚଳିକ ପାଣିପାଗ କେନ୍ଦ୍ର ସୂଚନା ମୁତାବକ ଓଡ଼ିଶାର କିଛି ସ୍ଥାନରେ ବର୍ଷା ମଧ୍ୟ ହୋଇପାରେ । ତେଣୁ ବଜ୍ରପାତ ବିପଦ ଥିବାରୁ ଏହି ସବୁ ଜିଲ୍ଲାର ଜିଲ୍ଲାପାଳଙ୍କୁ ସତର୍କ କରାଯାଇଛି । ଅନ୍ୟପଟେ ଆଜି ମଧ୍ୟ ରାଜ୍ୟର ବିଭିନ୍ନ ସ୍ଥାନରେ ଗ୍ରୀଷ୍ମ ପ୍ରବାହ ଜାରି ରହିଛି । କିନ୍ତୁ ଗତକାଲି ଭଳି ଆଜି ମଧ୍ୟ ରାଜ୍ୟର ଭିଭିନ୍ନ ସ୍ଥାନରେ ବଜ୍ରପାତ, କାଳବୈଶାଖୀ ସହ ବର୍ଷାର ସମ୍ଭାବନା ରହିଥିବା ପାଣିପାଗ କେନ୍ଦ୍ର ତରଫରୁ ସୂଚନା ମିଳିଛି ।