ଲଘୁଚାପର ରୂପ ନେଲା ଦକ୍ଷିଣ ଆଣ୍ଡାମାନ ସାଗରରେ ସୃଷ୍ଟି ହୋଇଥିବା ଘୁର୍ଣ୍ଣିବଳୟ । ୧୮ ତାରିଖ ଯାଏଁ ଏହି ଜିଲ୍ଲାଗୁଡିକରେ ପ୍ରବଳ ବର୍ଷା ସମ୍ଭାବନା

Advertisment
ଆସନ୍ତାକାଲି ବଙ୍ଗୋପସାଗରରେ ଆଉ ଏକ ଲଘୁଚାପ । ପ୍ରଭାବରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା । ହୀରାକୁଦରେ ଖୋଲିଲା ୨୦ ଗେଟ୍, ଘନେଇଲା ବନ୍ୟା ଆଶଙ୍କା ।

କନକ ବ୍ୟୁରୋ : ଦକ୍ଷିଣ ଆଣ୍ଡାମାନ ସାଗରରେ ସୃଷ୍ଟି ହୋଇଥିବା ଘୁର୍ଣ୍ଣିବଳୟ ଲଘୁଚାପର ରୂପ ନେଇଛି । ଆଗାମୀ ୧୫ ତାରିଖ ବେଳକୁ ଏହା ଆଣ୍ଡାମାନ ଉପକୂଳରେ ପହଂଚିବ । ସେହିପରି ଅବପାତର ରୂପ ନେଇ ୧୮ ତାରିଖ ସଂଧ୍ୟାରେ ଆନ୍ଧ୍ରପ୍ରଦେଶ ଉପକୂଳ ଅତିକ୍ରମ କରିବ ବୋଲି ପୂର୍ବାନୁମାନ କରିଛି ପାଣିପାଗ ବିଭାଗ ।
ତେବେ ଏହା ଉପକୂଳ ଅତିକ୍ରମ କରିବା ସମୟରେ ଅଧିକ ଘନୀଭୂତ ହୋଇ ଗଭୀର ଅବପାତର ରୂପ ନେଇପାରେ । ଫଳରେ ଆନ୍ଧ୍ର ଉପକୂଳ ଏବଂ ଦକ୍ଷିଣ ଓଡିଶାରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି । ଗଞ୍ଜାମ, ଗଜପତି, ପୁରୀ, ରାୟଗଡା, କନ୍ଧମାଳ, କଳାହାଣ୍ଡି, ନବରଙ୍ଗପୁର, କୋରାପୁଟ, ମାଲକାନଗିରି ଜିଲ୍ଲାରେ ପ୍ରବଳ ବର୍ଷା ହୋଇପାରେ । ଉପକୂଳ ଜିଲ୍ଲାଗୁଡିକରେ ମଧ୍ୟ ବର୍ଷା ହେବ । ତେବେ ଉପକୂଳ ଅତିକ୍ରମ କରିବା ସମୟରେ ୪୦ କିଲୋମିଟରରୁ କମ୍ ବେଗରେ ପବନ ବହିବ ବୋଲି କହିଛି ପାଣିପାଗ ବିଭାଗ ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe