କନକ ବ୍ୟୁରୋ : ଆସନ୍ତା ୨୪ଘଣ୍ଟା ମଧ୍ୟରେ ୧୧ଟି ଜିଲ୍ଲାକୁ ବିଜୁଳି ଓ ଘଡ଼ଘଡ଼ି ପାଇଁ ପାଣିପାଗ ବିଭାଗ ପକ୍ଷରୁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି। ଏହି ଜିଲ୍ଲାଗୁଡ଼ିକ ମଧ୍ୟରେ ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡ଼ା, ଜଗତସିଂହପୁର, ପୁରୀ, ଗଞ୍ଜାମ, ଗଜପତି, ଖୋର୍ଦ୍ଧା, କଟକ, ରାୟଗଡ଼ା ଓ କୋରାପୁଟ ଆଦି ଜିଲ୍ଲା ରହିଛି। ଏହି ସମୟରେ ୩୦ରୁ ୪୦କିମି ବେଗରେ ପବନ ବହିବାର ସମ୍ଭାବନା ରହିଛି।

Advertisment

ଏଥିସହ ଆସନ୍ତା ୨୪ଘଣ୍ଟା ମଧ୍ୟରେ ଉପକୂଳ ଓଡ଼ିଶା ସମେତ ମୟୁରଭଞ୍ଜ, କନ୍ଧମାଳ, କୋରାପୁଟ, ରାୟଗଡ଼ା ଆଦି ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ  ବିଜୁଳି ଘଡ଼ଘଡ଼ି ସହ ମଧ୍ୟମଧରଣର ବର୍ଷା ହେବାର ସମ୍ଭାବନା ରହିଛି। ବାକି ସ୍ଥାନରେ ପାଗ ମୁଖ୍ୟତଃ ଶୁଖିଲା ରହିବ।

ସେହିପରି ମାର୍ଚ୍ଚ ୨୩ରୁ ୨୪ ତାରିଖ ମଧ୍ୟରେ ବିଜୁଳି ଘଡ଼ଘଡ଼ି ପାଇଁ ରାଜ୍ୟର ୫ଟି ଜିଲ୍ଲାକୁ ପାଣିପାଗ ବିଭାଗ ପକ୍ଷରୁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି। ଏହି ଜିଲ୍ଲାଗୁଡ଼ିକ ମଧ୍ୟରେ ଗଞ୍ଜାମ, ଗଜପତି, ରାୟଗଡ଼ା, କୋରାପୁଟ ଓ କନ୍ଧମାଳ ଆଦି ରହିଛି। କେବଳ ଏତିକି ନୁହେଁ ଏହି ୨୩ରୁ ୨୪ ତାରିଖ ମଧ୍ୟରେ ଦକ୍ଷିଣ ଉପକୂଳ ଓଡ଼ିଶା ସମେତ ମୟୁରଭଞ୍ଜ, କୋରାପୁଟ, ରାୟଗଡ଼ା, ମାଲକାନଗିରି ଆଦି ଜିଲ୍ଲାରେ ବିଜୁଳି ଘଡ଼ଘଡ଼ି ସହିତ ମଧ୍ୟମଧରଣ ବର୍ଷ ହେବା ସହିତ ଅନ୍ୟ ସବୁ ସ୍ଥାନରେ ପାଗ ମୁଖ୍ୟତଃ ଶୁଖିଲା ରହିବ।