ଲଘୁଚାପ ପ୍ରଭାବରେ ଆଜି ୫ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା । ୧୬ ଜିଲ୍ଲାକୁ ୟୋଲୋ ୱାର୍ଣ୍ଣିଂ

1,469

କନକ ବ୍ୟୁରୋ : ଲଘୁଚାପ ପ୍ରଭାବରେ ଆଜି ୫ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ଜିଲ୍ଲାଗୁଡ଼ିକ ହେଲା କେନ୍ଦୁଝର, ମୟୂରଭଂଜ, ବାଲେଶ୍ୱର, ଭଦ୍ରକ, ଯାଜପୁର । ସେହିପରି ୧୬ ଜିଲ୍ଲାକୁ ୟୋଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ କେନ୍ଦ୍ର । କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଂଜାମ, ଗଜପତି, ସୁନ୍ଦରଗଡ଼, ଅନୁଗୁଳ ଓ ଢ଼େଙ୍କାନାଳ ଜିଲ୍ଲାରେ ବିଜୁଳି, ଘଡ଼ଘଡ଼ି ସହ ବର୍ଷା ହେବା ନେଇ ସମ୍ଭାବନା ରହିଛି ।
ପାଣିପାଗ କେନ୍ଦ୍ରର ସୂଚନା ଅନୁଯାୟୀ, ଲଘୁଚାପ ପ୍ରଭାବରେ ରାଜ୍ୟରେ ଆଉ ୩ ଦିନ ବର୍ଷା ହେବ । ୧୮ ତାରିଖ ଦିନ ମୟୂରଭଂଜ ଓ ବାଲେଶ୍ୱରରେ ପ୍ରବଳ ବର୍ଷା ହୋଇପାରେ । ସେହିଭଳି ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଂଜାମମ୍ଭଗଜପତି, କେନ୍ଦୁଝର, ମୟୂରଭଂଜ, ଅନୁଗୁଳ, ଢ଼େଙ୍କାନାଳ, ବୌଦ୍ଧ ଓ କନ୍ଧମାଳ ଜିଲ୍ଲାରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନା ରହିଛି । ଏହା ସହ ୧୯ ତାରିଖ ମଧ୍ୟ କିଛି ଜିଲ୍ଲାରେ ବର୍ଷା ହୋଇପାରେ ।