କାଲିଠୁ ବର୍ଷାରେ ଭିଜିବ ଓଡିଶା । ବଙ୍ଗୋପସାଗରରେ ଆସନ୍ତା ୧୩ରେ ଲଘୁଚାପ ସୃଷ୍ଟି ସମ୍ଭାବନା : ପ୍ରଭାବରେ ୫ ଜିଲ୍ଲାରେ ପ୍ରବଳ ବର୍ଷାର ଆଶଙ୍କା

807

କନକ ବ୍ୟୁରୋ : ଆସନ୍ତାକାଲିଠୁ ବର୍ଷାରେ ଭିଜିବ ରାଜ୍ୟର ବିଭିନ୍ନ ଅଂଚଳ । ସେପ୍ଟେମ୍ବର ୧୩ ତାରିଖରେ ପଶ୍ଚିମ ବଙ୍ଗୋପସାଗରରେ ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି । ଏହାର ପ୍ରଭାବରେ କାଲିଠୁ ରାଜ୍ୟର ବିଭିନ୍ନ ସ୍ଥାନର ବର୍ଷା ହୋଇପାରେ । ଏଥିପାଇଁ ରାଜ୍ୟର ୨୧ଟି ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ଆଂଚଳିକ ପାଣିପାଗ କେନ୍ଦ୍ର ।

ବାଲେଶ୍ୱର, ଭଦ୍ରକ, କଟକ, ଜଗତସିଂହପୁର, ଯାଜପୁର, କେନ୍ଦ୍ରାପଡା, ଗଜପତି, ଗଂଜାମ, ଖୋର୍ଦ୍ଧା, ପୁରୀ, ନୟାଗଡ, କଳାହାଣ୍ଡି, କନ୍ଧମାଳ, ବୌଦ୍ଧ, ବଲାଙ୍ଗୀର, ସୋନପୁର, ସମ୍ବଲପୁର, ଅନୁଗୁଳ, ଦେବଗଡ, କେନ୍ଦୁଝର ଓ ମୟୂରଭଂଜ ଜିଲ୍ଲର ଗୋଟିଏ ଦୁଇଟି ସ୍ଥାନରେ ବର୍ଷା ହେବା ସମ୍ଭାବନା ରହିଛି ।

ତେବେ କଳାହାଣ୍ଡି, ବଲାଙ୍ଗୀର, ସୋନପୁର, କନ୍ଧମାଳ ଓ ସମ୍ବଲପୁର ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବା ନେଇ ପୂର୍ବାନୁମାନ କରିଛି ଆଂଚଳିକ ପାଣିପାଗ କେନ୍ଦ୍ର । ସେହିପରି ସେପ୍ଟ୍ବର ୧୨ ତାରିଖ ପାଇଁ ୧୨ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।