ବଙ୍ଗୋପସାଗରରେ ଦାନା ବାନ୍ଧୁଛି ଲଘୁଚାପ; ୨୦ ଓ ୨୧ରେ ଅତି ପ୍ରବଳ ବର୍ଷା ସମ୍ଭାବନା

Advertisment
ଆସନ୍ତା ୧୪ ତାରିଖ ଯାଏଁ ପ୍ରବଳ ବର୍ଷା ! ଜାଣନ୍ତୁ କେଉଁ କେଉଁ ଜିଲ୍ଲାକୁ ସତର୍କ ସୂଚନା ଜାରି

କନକ ବ୍ୟୁରୋ : ଗତ ସେପ୍ଟେମ୍ବର ୧୩ ତାରିଖରେ ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗର ଓ ଉତ୍ତର ଆନ୍ଧ୍ରପ୍ରଦେଶ ଉପକୂଳରେ ସୃଷ୍ଟି ହୋଇଥିବା ଲଘୁଚାପ ବଳୟ ଏବେ ଦୁର୍ବଳ ହୋଇଯାଇଛି। ଅନ୍ୟପଟେ ମୌସୁମୀ ଏବେ ରାଜ୍ୟରେ ଦୁର୍ବଳ ଅବସ୍ଥାରେ ରହିଛି। ତେଣୁ ଆସନ୍ତା ୨ରୁ ୩ ଦିନ ପର୍ଯ୍ୟନ୍ତ ରାଜ୍ୟରେ ବିଶେଷ ବର୍ଷାର ସମ୍ଭାବନା ନାହିଁ। ପାଗ ଶୁଖିଲା ଓ ଖରାଟିଆ ରହିବ। ଦିନର ତାପମାତ୍ରା ସ୍ୱାଭାବିକଠାରୁ ୨/୩ ଡିଗ୍ରି ଅଧିକ ରହିବ। ଆଗାମୀ ୩ ଦିନ ଧରି ଏପରି ସ୍ଥିତି ଲାଗି ରହିବା ପରେ ୧୯ ତାରିଖ ଆଡ଼କୁ ପାଗରେ ପରିବର୍ତ୍ତନ ଆସିବ। ଏବଂ ୨୦ ତାରିଖ ଦିନ ବଙ୍ଗୋପସାଗରରେ ଆଉ ଏକ ଲଘୁଚାପ ସୃଷ୍ଟି ହୋଇ ରାଜ୍ୟରେ ବର୍ଷା କରାଇବ ବୋଲି ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଆକଳନ କରାଯାଇଛି।

ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଆଜି (ବୁଧବାର) ଅପରାହ୍ନରେ ଜାରି ଏକ ସତର୍କ ସୂଚନାରେ କୁହାଯାଇଛି ଯେ ବଙ୍ଗୋପସାଗରରେ ଏକ ଲଘୁଚାପ ଏବେ ଦାନା ବାନ୍ଧୁଛି। ଏହାର ପ୍ରଭାବରେ ସେପ୍ଟେଟର ୨୦ରେ ବଙ୍ଗୋପସାଗରର ଉତ୍ତର-ପୂର୍ବ ଉପକୂଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ଆଉ ଏହି ଲଘୁଚାପ ପ୍ରଭାବରେ ରାଜ୍ୟରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବ। ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ରର ସୂଚନା ଅନୁଯାୟୀ, ଆସନ୍ତା ୨୦ତାରିଖ ବଙ୍ଗୋପସାଗରରେ ସୃଷ୍ଟି ହେବାକୁ ଥିବା ଏହି ଲଘୁଚାପ ବଳୟ ପ୍ରଭାବରେ ୨୦ ଓ ୨୧ ତାରିଖ ଦୁଇ ଦିନ ଧରି ରାଜ୍ୟରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ତେବେ ଲଘୁଚାପର ରୂପରେଖ ଆଗାମୀ ଦିନରେ ସ୍ପଷ୍ଟ ହୋଇଯିବ ବୋଲି ପାଣିପାଗ କେନ୍ଦ୍ର ପକ୍ଷରୁ କୁହାଯାଇଛି।

ତେବେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ, ଅର୍ଥାତ୍‌ ଗୁରୁବାର ଅପରାହ୍ନ ମଧ୍ୟରେ ଦକ୍ଷିଣ ଓଡ଼ିଶା, ଉତ୍ତର ଉପକୂଳ ଓଡିଶା, କେନ୍ଦୁଝର, ମୟୂରଭଞ୍ଜ ଏବଂ ଓଡିଶାର ବାକି ଜିଲ୍ଲାମାନଙ୍କର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ହାଲୁକାରୁ ମଧ୍ୟମ ବର୍ଷା କିମ୍ବା ବଜ୍ରପାତ ହେବାର ସମ୍ଭାବନା ଅଧିକ ରହିଥିବା ପାଣିପାଗ ବିଭାଗ ପକ୍ଷରୁ ଜାରି ସତର୍କ ସୂଚନାରେ କୁହାଯାଇଛି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe