ବଙ୍ଗୋପସାଗରରେ ଲଘୁଚାପ । ପ୍ରବଳ ବର୍ଷିବ, ୧୦ ଜିଲ୍ଲାକୁ ଅରେଂଜ ୱାର୍ଣ୍ଣିଂ ଜାରି କଲା ପାଣିପାଗ ବିଭାଗ

ଭାରତୀୟ ପାଣିପାଗ ବିଭାଗର ଆକଳନ : ଆସନ୍ତା ୬ ଓ ୧୧ ତାରିଖରେ ବଙ୍ଗୋପସାଗରରେ ସୃଷ୍ଟି ‌ହେବ ଲଘୁଚାପ ‌କ୍ଷେତ୍ର

କନକ ବ୍ୟୁରୋ : ବଙ୍ଗୋପସାଗରରେ ଆସନ୍ତା ୨୦ ତାରିଖ ବେଳକୁ ସୃଷ୍ଟି ହେବାକୁ ଥିବା ଲଘୁଚାପ ପ୍ରଭାବରେ ଓଡ଼ିଶାର ଅଧିକାଂଶ ଜିଲ୍ଲାରେ ବର୍ଷା ହେବାର ସମ୍ଭାବନା ଥିବାବେଳେ କେତୋଟି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ।

ଭାରତୀୟ ପାଣିପାଗ ବିଭାଗର ପୂର୍ବାନୁମାନ ଅନୁସାରେ ଆସନ୍ତା ୨୦ ଓ ୨୧ରେ ରାଜ୍ୟରେ ପ୍ରବଳ ବର୍ଷିବ । ୨୦ ତାରିଖରେ ରାଜ୍ୟର ମାଲକାନଗିରି,କୋରାପୁଟ, ନବରଙ୍ଗପୁର, ବାଲେଶ୍ୱର, ମୟୁରଭଞ୍ଜ, ଭଦ୍ରକ, ଯାଜପୁର ଓ କେନ୍ଦ୍ରାପଡ଼ା ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ । ଏହାକୁ ଦୃଷ୍ଟିରେ ରଖି ଏସବୁ ଜିଲ୍ଲାଗୁଡ଼ିକ ପାଇଁ ଅରେଞ୍ଜ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି । ସେହିପରି ଜଗତସିଂହପୁର, ପୁରୀ, ଗଞ୍ଜାମ, କଳାହାଣ୍ଡି, କେନ୍ଦୁଝର, କଟକ, ଦେବଗଡ଼ ଓସମ୍ବଲପୁର ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ।ଏହାକୁ ଦୃଷ୍ଟିରେ ରଖି ଏସବୁ ଜିଲ୍ଲାଗୁଡ଼ିକ ପାଇଁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି ।

ସେହିପରି ୨୧ ତାରିଖରେ ୧୦ଟି ଜିଲ୍ଲା ଯଥା ଝାରସୁଗୁଡ଼ା, ସୁନ୍ଦରଗଡ଼, ଗଞ୍ଜାମ, ବରଗଡ଼, ଅନୁଗୁଳ, ବଲାଙ୍ଗୀର, କଳାହାଣ୍ଡ,ସୋନପୁର, ଦେବଗଡ଼ ଓସମ୍ବଲପୁର ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ । ଏହାକୁ ଦୃଷ୍ଟିରେ ରଖି ଏସବୁ ଜିଲ୍ଲାଗୁଡ଼ିକ ପାଇଁ ଅରେଞ୍ଜ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe