ଆଜିଠାରୁ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷାର ସମ୍ଭାବନା । ୭ ଜିଲ୍ଲାକୁ ଅଂରେଜ ଏବଂ ୧୦ ଜିଲ୍ଲାରେ ୟେଲୋ ୱାର୍ଣିଂ : ଉତରପୂର୍ବ ବଙ୍ଗୋପସାଗର ସୃଷ୍ଟି ହୋଇଥିବା ଲଘୁଚାପ ପ୍ରଭାବରେ ବର୍ଷିବ ୩ ଦିନ

365

କନକ ବ୍ୟୁରୋ : ଆଜି ଠାରୁ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷାର ସମ୍ଭାବନା । ୭ ଜିଲ୍ଲାକୁ ଅଂରେଜ ୱାର୍ଣିଂ ଜାରି କରିଛି ପାଣିପାଗ ବିଭାଗ । ବଙ୍ଗୋପସାଗର ଉତରପୂର୍ବ ଉପକୂଳରେ ଏକ ଲଘୁଚାପ ସୃଷ୍ଟି ହୋଇଛି । ଏହା ପ୍ରଭାବରେ ଆଜି ଠାରୁ ରାଜ୍ୟର ବିଭିନ୍ନ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ । ଏଥିପାଇଁ ୧୦ ଜିଲ୍ଲାକୁ ୟୋଲୋ ୱାର୍ଣିଂ ଜାରି କରିଛି ଆଂଚଳିକ ପାଣିପାଗ କେନ୍ଦ୍ର ।

ଜଗତସିଂହପୁର, କଟକ, ପୁରୀ, ଖୋର୍ଦ୍ଧା, କେନ୍ଦୁଝର, ସୁନ୍ଦରଗଡ଼, ସମ୍ବଲପୁର, ଅନୁଗୁଳ,ଦେବଗଡ଼ ଓ କଳାହାଣ୍ଡିରେ ପ୍ରବଳ ବର୍ଷା ହେବା ନେଇ ଆକଳନ କରାଯାଇଛି । ସେହିପରି ମୟୁରଭଂଜ,ବାଲେଶ୍ୱର, ଯାଜପୁର, ଭଦ୍ରକ କେନ୍ଦ୍ରାପଡ଼ା, ମାଲକାନଗିରି ଓ କୋରାପୁଟ ପାଇଁ ଅରେଂଜ ୱାର୍ଣ୍ଣିଂ ଜାରି କରାଯାଇଛି । ଏହି ସମୟ ଭିତରେ ସମୁଦ୍ର ଭିତରକୁ ମତ୍ସଜୀବଙ୍କୁ ନଯିବା ପାଇଁ କୁହାଯାଇଛି ।