ବଙ୍ଗୋପସାଗରରେ ପୁଣି ସୃଷ୍ଟି ହୋଇପାରେ ଲଘୁଚାପ ! ପ୍ରଭାବରେ ୧୧ ରୁ ୧୩ ତାରିଖ ମଧ୍ୟରେ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା

338

କନକ ବ୍ୟୁରୋ : ଆସନ୍ତା ୯ ତାରିଖରୁ ଉତର ଆଣ୍ଡାମାନ ସମୁଦ୍ର ସଂଲଗ୍ନ ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ଆଉ ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି । ଏନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ । ଆସନ୍ତା ୧୦ କିମ୍ବା ୧୧ ତାରିଖ ବେଳକୁ ଲଘୁଚାପ ଅବପାତର ରୁପ ନେଇପାରେ । ଏହାର ପ୍ରଭାବରେ ୧୧ ରୁ ଅକ୍ଟୋବର ୧୩ ତାରିଖ ଯାଏଁ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଏପଟେ ଉତରପଶ୍ଚିମ-ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ପ୍ରଭାବରେ ରାଜ୍ୟରେ ଜାରି ରହିଛି ବର୍ଷା ।

ଆଜି ରାଜ୍ୟର ୧୬ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଗଂଜାମ, ଗଜପତି, ରାୟଗଡ଼ା, କନ୍ଧମାଳ,କଳାହାଣ୍ଡି, ବୌଦ୍ଧ, ବଲାଙ୍ଗିର, ଢେଙ୍କାନାଳ, ଅନୁଗୁଳ, ପୁରୀ, ଖୋର୍ଦ୍ଧା, କଟକ, ଜଗତସିଂହପୁର, କେନ୍ଦ୍ରାପଡ଼ା, ବାଲେଶ୍ୱର ଏବଂ ଭଦ୍ରକ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ସେହିପରି ୫ରୁ ୬ତାରିଖ ଯାଏଁ ୧୨ ଜିଲ୍ଲାକୁ ଏବଂ ୬ ତାରିଖରୁ ୭ ତାରିଖ ଯାଏଁ ୧୧ ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଲଘୁଚାପ ଯୋଗୁଁ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ଭିତରକୁ ଯିବାକୁ ବାରଣ କରାଯାଇଛି । ଏହା ସହ ଲଘୁଚାପ ପ୍ରଭାବରେ ୪୦ରୁ ୫୦ କିଲୋମିଟର ପବନ ବହିବାର ସମ୍ଭାବନା ରହିଛି ।