ଅବପାତର ରୂପ ନେଲା ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ । ଓଡିଶା ଅପେକ୍ଷା ଆନ୍ଧ୍ରରେ ପ୍ରଭାବ ଅଧିକ : ଦକ୍ଷିଣ ଓ ଉପକୂଳ ଓଡ଼ିଶାରେ ପ୍ରବଳ ବର୍ଷା ଚେତାବନୀ

586

କନକ ବ୍ୟୁରୋ : ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଅବପାତର ରୁପ ନେଇଛି । ଏବେ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ଉପେର ଏହା ରହିଛି । ଆସନ୍ତା ୨୪ ଘଂଟା ଭିତରେଏହା ତୀବ୍ର ଅବପାତରେ ରୁପ ନେବାକୁ ଯାଉଥିବା ଆକଳନ କରିଛି ପାଣିପାଗ ବିଭାଗ । ତେବେ ଓଡିଶା ଅପେକ୍ଷା ଆନ୍ଧ୍ରପ୍ରଦେଶ ଉପରେ ଏହାର ଅଧିକ ପ୍ରଭାବ ପଡିବ ।

ଦକ୍ଷିଣ-ଦକ୍ଷିଣ ପୂର୍ବ ଦିଗରେ ବିଶାଖାପାଟଣା ଠାରୁ ଏହା ୪୩୦ କିଲୋମଟିର ଦୁରରେ ଗତି କରୁଥିବା ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି । ଏପଟେ ଆଜିଠୁ ଦକ୍ଷିଣ ଓ ଉପକୂଳ ଓଡ଼ିଶାରେ ପ୍ରବଳ ବର୍ଷା ନେଇ ପାଣିପାଗ ବିଭାଗ ଆକଳନ କରିଛି । ଅକ୍ଟୋବର ୧୪ରେ ହୋଇପାରେ ଆଉ ଏକ ଲଘୁଚାପ । ଆସନ୍ତା ୧୨ ଏବଂ ୧୩ରେ ଦକ୍ଷିଣ ଉପକୂଳ, ଉତର ଉପକୂଳ ଓ ଉତର ଆଭ୍ୟନ୍ତରୀଣ ଓଡ଼ିଶାର ୭ଟି ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କଲା ପାଣିପାଗ ବିଭାଗ ।

ଗଜପତି, ଗଞ୍ଜାମ, ପୁରୀ, ରାୟଗଡ଼ା, ଜଗତସିଂହପୁର, ମାଲକାନଗିରି, କୋରାପୁଟ ପ୍ରବଳ ବର୍ଷା ନେଇ ସମ୍ଭାବନା ରହିଛି । ଆସନ୍ତା ୧୩ ତାରିଖରେ ଗଜପତି, ଗଞ୍ଜାମ, ପୁରୀ, ରାୟଗଡ଼ା, କୋରାପୁଟ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ପୂର୍ବାନୁମାନ କଲା ପାଣିପାଗ ବିଭାଗ । ବିଶେଷକରି ଉପକୂଳବର୍ତୀ ଜିଲ୍ଲାଗୁଡିକରେ ଅଧିକ ବର୍ଷା ହେବ । ଏହି ସମୟରେ ଓଡିଶା ଉପକୂଳରେ ଘଂଟା ପ୍ରତି ୪୫ରୁ ୫୫ କିଲୋମିଟର ବେଗରେ ପବନ ବୋହିବା ସହ ମଝିରେ ମଝିରେ ୬୫ କିଲୋମିଟର ବେଗରେ ପବନ ବୋହିପାରେ । ଏଣୁ ୧୧ରୁ ୧୩ ତାରିଖ ଯାଏଁ ସମୁଦ୍ର ଭିତରକୁ ଯିବାକୁ ବାରଣ କରାଯାଇଛି ।