୪୮ ଘଂଟାରେ ରାଜ୍ୟରେ ପ୍ରବଳ ବର୍ଷିବ । ଜାଣନ୍ତୁ କେଉଁ କେଉଁ ଜିଲ୍ଲାରେ ବର୍ଷା ପୂର୍ବାନୁମାନ କରିଛି ପାଣିପାଗ ବିଭାଗ

ଆସନ୍ତା ୨୪ ଘଣ୍ଟାରେ ପ୍ରବଳ ବର୍ଷା ସମ୍ଭାବନା । ଏହି ସବୁ ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କଲା ପାଣିପାଗ ବିଭାଗ ।

 କନକ ବ୍ୟୁରୋ : ରାଜ୍ୟର ପ୍ରାୟ ଅଧିକାଂଶ ଜିଲ୍ଲାରେ ଆସନ୍ତା ୪୮ ଘଣ୍ଟା ମଧ୍ୟରେ ଅର୍ଥାତ୍‌ ଗୁରୁବାର ଅପରାହ୍ନ ସୁଦ୍ଧା ପ୍ରବଳରୁ ଅତିପ୍ରବଳ ବର୍ଷା ସମ୍ଭାବନା ରହିଥିବା ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଜାରି ଏକ ସତର୍କ ସୂଚନାରେ କୁହାଯାଇଛି। ପଶ୍ଚିମବଙ୍ଗ ଏବଂ ଏହାର ପଡ଼ୋଶୀ ଅଞ୍ଚଳ ଉପରେ ସୃଷ୍ଟି ହୋଇଥିବା ଏକ ଘୂର୍ଣ୍ଣିବଳୟ ପ୍ରଭାବରେ ଏହି ବର୍ଷା ହେବ।

ଜାରି କରାଯାଇଥିବା ସୂଚନା ଅନୁଯାୟୀ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଅର୍ଥାତ୍‌ ବୁଧବାର ଅପରାହ୍ନ ସୁଦ୍ଧା ରାଜ୍ୟର ବହୁ ଜିଲ୍ଲାରେ ବର୍ଷା ଓ ବଜ୍ରପାତର ସମ୍ଭାବନା ବହୁତ ଅଧିକ ରହିଛି। ତେବେ, ଏହି ସମୟ ମଧ୍ୟରେ ମୟୂରଭଞ୍ଜ, କେନ୍ଦୁଝର, ଦେବଗଡ଼, ସୁନ୍ଦରଗଡ଼, ଅନୁଗୁଳ ଏବଂ ବାଲେଶ୍ୱର ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି।

ସେହିପରି ଯାଜପୁର, ଭଦ୍ରକ, କେନ୍ଦ୍ରାପଡ଼ା, ଢ଼େଙ୍କାନାଳ, ଗଜପତି, ସମ୍ବଲପୁର ଏବଂ ବରଗଡ଼ ଜିଲ୍ଲାରେ ମଧ୍ୟ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏଥିସହ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡା, କଟକ, ଜଗତସିଂହପୁର, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ପୁରୀ, କନ୍ଧମାଳ, ବୌଦ୍ଧ, କେନ୍ଦୁଝର, ମୟୂରଭଞ୍ଜ, ଢ଼େଙ୍କାନାଳ ଜିଲ୍ଲାରେ ବଜ୍ରପାତ ହେବାର ସମ୍ଭାବନା ରହିଛି।ସେହିପରି, ଅଗଷ୍ଟ ୩ ତାରିଖ, ଅର୍ଥାତ୍‌ ଗୁରୁବାର ଅପରାହ୍ନ ସୁଦ୍ଧା ଓଡିଶାର ଜିଲ୍ଲାମାନଙ୍କର ଅନେକ ସ୍ଥାନରେ ମଧ୍ୟମରୁ ପ୍ରବଳ ବର୍ଷା ସହ ବଜ୍ରପାତ ହେବାର ସମ୍ଭାବନା ଅଧିକ ରହିଛି। ଏହି ସମୟ ମଧ୍ୟରେ ସୋନପୁର, ସମ୍ବଲପୁର, ବଲାଙ୍ଗୀର ଏବଂ ବରଗଡ ଜିଲ୍ଲାରେ ପ୍ରବଳରୁ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଥିବା ବେଳେ ଝାରସୁଗୁଡା, ସୁନ୍ଦରଗଡ, କଳାହାଣ୍ଡି, ଏବଂ ଅନୁଗୁଳ ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ଅଛି। ଏହାକୁ ଦୃଷ୍ଟିରେ ରଖି ଆସନ୍ତା ୪୮ ଘଣ୍ଟା ପାଇଁ ଏହି ସମସ୍ତ ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe