କନକ ବ୍ୟୁରୋ : ଆସନ୍ତା ୧୨ ଘଂଟାରେ ଗଭିର ଅବପାତରେ ପରିଣତ ହେବ ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ । ଏହାର ପ୍ରଭାବରେ ଆଜି ଓ ଆସନ୍ତାକାଲି ରାଜ୍ୟର ବିଭିନ୍ନ ଜିଲ୍ଲାରେ ପ୍ରବଳ ବର୍ଷା ହୋଇପାରେ । ଅବପାତ ବର୍ତମାନ ପଶ୍ଚିମ କେନ୍ଦ୍ରିୟ ବଙ୍ଗୋପସାଗରରେ ରହିଛି ।
ବର୍ଷାକୁ ନେଇ ପୂର୍ବରୁ ଜିଲ୍ଲାପାଳଙ୍କୁ ସତର୍କ କରାଇ ସାରିଛନ୍ତି ଏସଆରସି । ବର୍ଷା ଯୋଗୁଁ ପ୍ରଭାବିତ ହେବାକୁ ଥିବା ଜିଲ୍ଲାର ଜିଲ୍ଲାପାଳଙ୍କୁ ସତର୍କ କରାଇଛନ୍ତି ସ୍ୱତନ୍ତ୍ର ରିଲିଫ କମିଶନର ପ୍ରଦୀପ କୁମାର ଜେନା । ବର୍ଷା ଯୋଗୁଁ ତଳିଆ ଅଂଚଳରେ ପାଣି ଜମିପାରେ । ପାହାଡିଆ ଅଂଚଳରେ ଭୂସ୍ଖଳନ ଭଳି ସ୍ଥିତି ଉପୁଜିପାରେ । ତେଣୁ ସ୍ଥିତି ଉପରେ ନଜର ରଖିବା ପାଇଁ ଜିଲ୍ଲାପାଳଙ୍କୁ ନିର୍ଦେଶ ଦେଇଛନ୍ତି ଏସ୍ଆରସି ।
/kanak/media/agency_attachments/2024-07-23t061209958z-vpn68eiq1eknckql8r0y.jpg)
/kanak/media/post_attachments/wp-content/uploads/2020/08/HEAVY_RAINFALL_THUM-0000000-1-1024x576.jpg)