୧୨ ଘଂଟାରେ ଗଭୀର ଅବପାତରେ ପରିଣତ ହେବ ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ । ଆଜି ଓ ଆସନ୍ତାକାଲି ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା

ଆସନ୍ତା ୨୪ ଘଣ୍ଟାରେ ପ୍ରବଳ ବର୍ଷା ସମ୍ଭାବନା । ଏହି ସବୁ ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କଲା ପାଣିପାଗ ବିଭାଗ ।

କନକ ବ୍ୟୁରୋ : ଆସନ୍ତା ୧୨ ଘଂଟାରେ ଗଭିର ଅବପାତରେ ପରିଣତ ହେବ ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ । ଏହାର ପ୍ରଭାବରେ ଆଜି ଓ ଆସନ୍ତାକାଲି ରାଜ୍ୟର ବିଭିନ୍ନ ଜିଲ୍ଲାରେ ପ୍ରବଳ ବର୍ଷା ହୋଇପାରେ । ଅବପାତ ବର୍ତମାନ ପଶ୍ଚିମ କେନ୍ଦ୍ରିୟ ବଙ୍ଗୋପସାଗରରେ ରହିଛି ।

ବର୍ଷାକୁ ନେଇ ପୂର୍ବରୁ ଜିଲ୍ଲାପାଳଙ୍କୁ ସତର୍କ କରାଇ ସାରିଛନ୍ତି ଏସଆରସି । ବର୍ଷା ଯୋଗୁଁ ପ୍ରଭାବିତ ହେବାକୁ ଥିବା ଜିଲ୍ଲାର ଜିଲ୍ଲାପାଳଙ୍କୁ ସତର୍କ କରାଇଛନ୍ତି ସ୍ୱତନ୍ତ୍ର ରିଲିଫ କମିଶନର ପ୍ରଦୀପ କୁମାର ଜେନା । ବର୍ଷା ଯୋଗୁଁ ତଳିଆ ଅଂଚଳରେ ପାଣି ଜମିପାରେ । ପାହାଡିଆ ଅଂଚଳରେ ଭୂସ୍ଖଳନ ଭଳି ସ୍ଥିତି ଉପୁଜିପାରେ । ତେଣୁ ସ୍ଥିତି ଉପରେ ନଜର ରଖିବା ପାଇଁ ଜିଲ୍ଲାପାଳଙ୍କୁ ନିର୍ଦେଶ ଦେଇଛନ୍ତି ଏସ୍ଆରସି ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe