ରବିବାରଠୁ ପୁଣି ରାଜ୍ୟରେ ବଦଳିବ ପାଗ । ପ୍ରବଳ ବର୍ଷାର ପୁର୍ବାନୁମାନ କଲା ପାଣିପାଗ ବିଭାଗ

Advertisment
ଆସନ୍ତା ୨୪ ଘଣ୍ଟାରେ ପ୍ରବଳ ବର୍ଷା ସମ୍ଭାବନା । ଏହି ସବୁ ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କଲା ପାଣିପାଗ ବିଭାଗ ।

କନକ ବ୍ୟୁରୋ : ଆସନ୍ତା ୧୨ ଘଣ୍ଟା ମଧ୍ୟରେ ରାଜ୍ୟର କେତେକ ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଗୁରୁବାର ମଧ୍ୟାହ୍ନ ସୁଦ୍ଧା ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼, ମାଲକାନଗିରି, କୋରାପୁଟ ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହି ସମୟ ମଧ୍ୟରେ ଉପକୂଳ ଓ ଆଭ୍ୟନ୍ତରୀଣ ଓଡ଼ିଶାର କେତେକ ଜିଲ୍ଲା ଯଥା ଗଜପତି, କନ୍ଧମାଳ, ବୌଦ୍ଧ, ଅନୁଗୁଳ, ଢେଙ୍କାନାଳ, ସୁନ୍ଦରଗଡ, କେନ୍ଦୁଝର, ମୟୁରଭଞ୍ଜ, ବାଲେଶ୍ଵର ଓ ଭଦ୍ରକ ଜିଲ୍ଲାର କେତେକ ସ୍ଥାନରେ ଘଡ଼ଘଡ଼ି ସହ ବଜ୍ରପାତ ହୋଇପାରେ। ଏଥିସହ ଶନିବାର ପୂର୍ବାହ୍ନ ସୁଦ୍ଧା ରାୟଗଡ଼ା, କନ୍ଧମାଳ, ସୁନ୍ଦରଗଡ, ଦେବଗଡ଼, କେନ୍ଦୁଝର, ମୟୁରଭଞ୍ଜ, ଅନୁଗୁଳ ଓ ଢେଙ୍କାନାଳ ଜିଲ୍ଲାର କେତେକ ସ୍ଥାନରେ ଘଡ଼ଘଡ଼ି ସହ ବଜ୍ରପାତ ହେବା ବୋଲି ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି।

କେନ୍ଦ୍ର ପକ୍ଷରୁ ଆହୁରି କୁହାଯାଇଛି ଯେ ଶନିବାରଠାରୁ ବର୍ଷା କମିବା ସହ ରବିବାର ଓ ସୋମବାର ପାଗ ମୁଖ୍ୟତଃ ଶୁଖିଲା ରହିବ। ଅକ୍ଟୋବର ୬ ତାରିଖ ଠାରୁ ପୁଣି ଥରେ ବର୍ଷା ପରିମାଣ ବଢ଼ିବାର ସମ୍ଭାବନା ରହିଛି। ଗତ ୧୨ ଘଣ୍ଟା ମଧ୍ୟରେ ଭୁବନେଶ୍ୱର ସମେତ ବାରିପଦା, କେନ୍ଦୁଝରର କେତେକ ସ୍ଥାନରେ ସ୍ୱଳ୍ପ ବର୍ଷା ହୋଇଛି। ତେବେ ଆଜି ଦିନରେ ପାରଳାଖେମୁଣ୍ଡିରେ ରାଜ୍ୟର ସର୍ବୋଚ୍ଚ ତାପମାତ୍ରା ୩୫ ଡିଗ୍ରି ରେକର୍ଡ ହୋଇଥିବା ବେଳେ ଅଧିକାଂଶ ଜିଲ୍ଲାର ତାପମାତ୍ରା ୩୦ ଡିଗ୍ରି ଉପରେ ଥିଲା।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe